ସଚିବାଳୟ ମାର୍ଗର ନାମ ପରିବର୍ତ୍ତନ  ନୂଆ ନାମ ହେଲା ଲୋକସେବା ମାର୍ଗ  ସଚିବାଳୟର ନାମ ଲୋକସେବା ଭବନ ହେବାପରେ ରାସ୍ତାର ନାମ ବି ବଦଳିଲା  ଏଜି ଛକରୁ ଆଚାର୍ଯ୍ୟ ବିହାର ରାସ୍ତାର ନାମ ଏଣିକି ଲୋକସେବା ମାର୍ଗ  

ବିକ୍ଷୋଭ କରିବ ବିଜେପି


ଯାଜପୁର ଜିଲ୍ଲା ହରିଦାସପୁର ପଂଚାୟତ ପିଇଓ ସ୍ମୀତାରାଣୀଙ୍କର ମୃତ୍ୟୁ ଘଟଣାରେ ଆସନ୍ତା ୫ ତାରିଖରେ ମହିଳା ମୋର୍ଚ୍ଚା ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲପାଳ ଅଫିସ ଆଗରେ ବିକ୍ଷୋଭ କରାଯିବ ବୋଲି ରାଜ୍ୟ ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ପରିଡା ଚେତାବନୀ ଦେଇଛନ୍ତି ।

ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀମତୀ ପରିଡା କହିଛନ୍ତି ଯେ ଘଟଣାକୁ ୧୮ ଦିନ ବିତିଲାଣି । ସ୍ମିତାରାଣୀ ସହ ଦୁର୍ଷ୍କମ କରାଯାଇ ତାଙ୍କୁ ହତ୍ୟା କରାଯାଇଛି । ବିଜେପି ବରାମ୍ବାର ମୃତା ସ୍ମିତାରାଣୀଙ୍କୁ ନ୍ୟାୟ ହେବା ପାଇଁ ଦାବି କରିଆସୁଥିଲେ ବି ରାଜ୍ୟସରକାର ଏବଂ ଜିଲ୍ଲା ପୋଲିସ ପ୍ରଶାସନ ଏପର୍ଯ୍ୟନ୍ତ ଚୁପ୍ ବସିଛନ୍ତି । ପୋଲିସ କେବଳ ରୂପେଶ ଭଦ୍ରକୁ ଗିରଫ କରି ସେଠାରେ ଉପସ୍ଥିତ ଥିବା ୨ ଜଣ ବିଜେଡି ସମିତି ସଭ୍ୟ, ଜଣେ ବିଜେଡି ଜିଲ୍ଲାପରିଷଦ ଏବଂ ରାମକୋର ଉଚ୍ଚପଦସ୍ଥ ଅଧିକାରୀଙ୍କୁ ତଦନ୍ତ ପରିସରଭୃକ୍ତ କଲା ନାହିଁ ।

ଅନ୍ୟପଟେ ଯାଜପୁର ଏସପି ବୃତିଗତ ତଦନ୍ତ ନକରି ବ୍ୟକ୍ତିଗତ ତଦନ୍ତ କରି ମୃତା ସ୍ମିତାରାଣୀର ଚରିତ୍ରହନନ କଲେ । ଶାସକ ଦଳ ଚାପରେ ଘଟଣାକୁ ଚପେଇ ଦେବା ପାଇଁ ଅପଚେଷ୍ଟା କରାଯାଉଛି । ମହିଳା କମିଶନ ଅଧ୍ୟକ୍ଷା ତଦନ୍ତ ନକରି କେସ ସରିଗଲାଣି ବୋଲି କହି ସମଗ୍ର ମହିଳା ସମାଜକୁ ନିନ୍ଦିତ କରିଛନ୍ତି ବୋଲି ଶ୍ରୀମତୀ ପରିଡା ଅଭିଯୋଗ କରିଛନ୍ତି ।

ସେହିପରି ବିଜେଡି ରାଜ୍ୟ ସଂପାଦକ ତଥା କେନ୍ଦ୍ରାପଡା କ୍ରେଡିଟ କୋଅପରେଟିଭର ସଭାପତି ପ୍ରମୋଦ ସାହୁ ଜଣେ କର୍ମଜୀବୀ ମହିଳାଙ୍କୁ ଯୌନ ନିର୍ଯ୍ୟାାତନା ଦେବା ଅତ୍ୟନ୍ତ ଲଜ୍ଜାଜନକ ଘଟଣା । ପ୍ରମୋସନର ଲୋଭ ଦେଖାଇ ସବୁବେଳେ ସେ ମହିଳାଙ୍କ ଯୌନ ଉତ୍ପୀଡନ କରୁଥିଲେ । ମହିଳା ଜଣକ ପୋଲିସ ପାଖରେ ଅଭିଯୋଗ କଲେ ବି ଶାସକ ଦଳର ଚାପରେ ପୋଲିସ କୌଣସି ପଦକ୍ଷେପ ଗ୍ରହଣ କରୁନାହିଁ ।

ରାଜ୍ୟ ସରକାର ମହିଳା ସଶକ୍ତିକରଣ, ମୋ ସରକାର, ମୋ ପୋଲିସ, ମୋ ପରିବାର ଏବଂ ୫-ଟି କଥା କହୁଥିବାବେଳେ ଏକ ସରକାରୀ କର୍ମଚାରି ଓ ମହିଳାଙ୍କ ମୃତ୍ୟୁପରେ ତାଙ୍କୁ ନ୍ୟାୟ ମିଳୁନାହିଁ । ଏହା ଅତ୍ୟନ୍ତ ର୍ଦୁଭାଗ୍ୟଜନକ ଘଟଣା । ମୃତା ସ୍ମିତାରାଣୀର ହତ୍ୟା ଘଟଣାର ସିବିଆଇ ତଦନ୍ତ, ସ୍ମିତାରାଣୀଙ୍କର ଚରିତ୍ର ହନନ କରିଥିବା ଯାଜପୁର ଏସପି ଚରଣ ସିଂହ ମୀନାଙ୍କୁ ବହିଷ୍କାର, ନିଜ କ୍ଷମତାର ଅପବ୍ୟବହାର କରିଥିବା ମହିଳା କମିଶନ ଅଧ୍ୟକ୍ଷା ମୀନତି ବେହେରାଙ୍କୁ ବହିଷ୍କାର ଏବଂ ମହିଳାଙ୍କ ସୁରକ୍ଷା ନେଇ ଜିରୋ ଟଲେରାନ୍ସ ଗ୍ରହଣ କରିବା ଆଦି ଦାବି ନେଇ ଆସନ୍ତା ନଭେମ୍ବର ୫ ତାରିଖରେ ମହିଳା ମୋର୍ଚ୍ଚା ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲପାଳ ଅଫିସ ଆଗରେ ବିକ୍ଷୋଭ କରାଯିବ ବୋଲି ଶ୍ରୀମତୀ ପରିଡା ଚେତାବନୀ ଦେଇଛନ୍ତି ।  



ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2019