ସଚିବାଳୟ ମାର୍ଗର ନାମ ପରିବର୍ତ୍ତନ  ନୂଆ ନାମ ହେଲା ଲୋକସେବା ମାର୍ଗ  ସଚିବାଳୟର ନାମ ଲୋକସେବା ଭବନ ହେବାପରେ ରାସ୍ତାର ନାମ ବି ବଦଳିଲା  ଏଜି ଛକରୁ ଆଚାର୍ଯ୍ୟ ବିହାର ରାସ୍ତାର ନାମ ଏଣିକି ଲୋକସେବା ମାର୍ଗ  

୮ ଅପରାହ୍ଣରୁ ପବନ

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବୁଲବୁଲ ପାରାଦୀପଠାରୁ ୬୪୦ କିମି ଦୂରରେ ଥିବା ବେଳେ ଘଣ୍ଟାପ୍ରତି ୧୫ କିମି ବେଗରେ ଅଗ୍ରସର ହେଉଛି । ଏହାର ପ୍ରଭାବରେ ଆସନ୍ତାକାଲି ଅପରାହ୍ଣରେ କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାରେ ପବନ ବହିବ ।

ପବନର ବେଗ ୩୫ରୁ ୪୫ କିମି ଏବଂ ସର୍ବାଧିକ ୬୫ କିମି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ସେହିଭଳି ୯ ତାରିଖ ଦିନ ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ ଜିଲ୍ଲାରେ ପବନର ବେଗ ସର୍ବାଧିକ ୯୦ କିମି ରହିବ । ସମୁଦ୍ର ମଧ୍ୟରେ ଏହି ବାତ୍ୟାର ବେଗ ୮ ତାରିଖ ଦିନ ସର୍ବାଧିକ ୧୪୫ କିମି ରହିବ ବୋଲି ଏଥିରେ କୁହାଯାଇଛି ।

ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ସତର୍କ କରାଯାଇଛି । ଆଜି ରାତି ସୁଦ୍ଧା ମତ୍ସ୍ୟଜୀବୀମାନଙ୍କୁ କୂଳକୁ ଫେରି ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି । ବାତ୍ୟା ପ୍ରଭାବରେ ଉତ୍ତର ଓଡ଼ିଶାର ଉପକୂଳ ଜିଲ୍ଲାରେ ମାଟିଘର ଏବଂ ରାସ୍ତାଘାଟ କ୍ଷତିଗ୍ରସ୍ତ ହେବ ବୋଲି ସତର୍କ କରିଦିଆଯାଇଛି ।

ବଡ଼ ବଡ଼ ଗଛ ଭାଙ୍ଗିବା ସହିତ ବିଦ୍ୟୁତ୍‍ ଖୁଣ୍ଟ ଉପୁଡ଼ିଯିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂତ୍ରରୁ ଜଣାପଡ଼ିଛି । ରାଜ୍ୟର ସମସ୍ତ ବନ୍ଦରରେ ବାତ୍ୟାକୁ ଦୃଷ୍ଟିରେ ରଖି ୨ ନମ୍ବର ସତର୍କ ସୂଚନା ଜାରି କରାଯାଇଛି । ତେବେ ୮ ଓ ୯ ତାରିଖରେ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୯ ଓ ୧୦ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିଭଳି ଏହି ଦୁଇଦିନ କଟକ, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହିତ ବୁଲବୁଲକୁ ଦୃଷ୍ଟିରେ ରଖି କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ିକୁ ଶୁକ୍ରବାର ଓ ଶନିବାର ଦୁଇଦିନ ପାଇଁ ବନ୍ଦ ରଖିବାକୁ ସମ୍ପୃକ୍ତ ଜିଲ୍ଲାପାଳମାନେ ଘୋଷଣା କରିଛନ୍ତି । ଏହାସହ କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଥିବା ଜଣାଯାଇଛି ।  



ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2019