ଗୋଟିଏ ଦିନରେ କରୋନାରେ ରେକର୍ଡ ୧୩ ମୃତ  ରାଜ୍ୟରେ ମୋଟ୍‍ କରୋନା ମୃତ୍ୟୁସଂଖ୍ୟା ୨୭୨  ଗଞ୍ଜାମରେ ସର୍ବାଧିକ ୬ଜଣ ମୃତ  ୪୬ହଜାର ଛୁଇଁଲା କରୋନା ଆକ୍ରାନ୍ତଙ୍କ ତାଲିକା  ଗୋଟିଏ ଦିନର ୨୯ ଜିଲ୍ଲାରୁ ୧୭୩୪ ନୂଆ ଆକ୍ରାନ୍ତ ଚିହ୍ନଟ  ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫,୯୨୭  ଖୋରଧାରେ ସର୍ବାଧିକ ୩୪୨ ଆକ୍ରାନ୍ତ ଚିହ୍ନଟ  ଗଞ୍ଜାମରେ ୨୨୨, କଟକରେ ୧୭୭, ସୁନ୍ଦରଗଡରେ ୧୨୬ ଓ ନୟାଗଡରେ ୧୦୬ ଚିହ୍ନଟ  

ଭାରତ-ଓପେକ୍ ମଜବୁତ୍ ଭାଗିଦାରୀ


ୟୁଏଇ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭିତୋଲ ଗ୍ରୁପର ମୁଖ୍ୟ ମାଇକ୍ ମିଲ୍ଲରଙ୍କୁ ସାକ୍ଷାତ୍ କରି ତୈଳ ଓ ଗ୍ୟାସ କ୍ଷେତ୍ରରେ ପୁଞ୍ଜିନିବେଶ କରି ଭାରତର ବିକାଶ ଯାତ୍ରାରେ ସାମିଲ ହେବାକୁ ନିମନ୍ତ୍ରଣ କରିଛନ୍ତି । ସେହିପରି ଓପେକର ସାଧାରଣ ସଚିବ ଡ. ମହମ୍ମଦ ବାରକିଣ୍ଡୋଙ୍କୁ ଭେଟି ଭାରତ-ଓପେକ୍ ଭାଗିଦାରୀକୁ ମଜବୁତ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି ।

ଭିତୋଲ ଗ୍ରୁପର ମୁଖ୍ୟଙ୍କ ସାକ୍ଷାତକାଳରେ ଶ୍ରୀ ପ୍ରଧାନ ପଲିସି ଗୁଡିକରେ ସଂସ୍କାର ଅଣାଯିବା କାରଣରୁ ଭାରତର ଅନ୍ୱେଷଣ ଓ ଉତ୍ପାଦନ କ୍ଷେତ୍ର ପୁଞ୍ଜିନିବେଶ କରିବା ପାଇଁ ଉପଯୋଗୀ ସ୍ଥାନ ହୋଇପାରିଛି । ନିକଟରେ କର୍ପୋରେଟ୍ ଟିକସ ହ୍ରାସ, ଇଜ୍ ଅଫ୍ ଡୁଇଙ୍ଗ୍ ବିଜନେସ ତଥା ବ୍ୟବସାୟ କରିବାରେ ସହଜ ଏବଂ ଇନ୍ଧନ ପ୍ରସଙ୍ଗ ଉପରେ ଶ୍ରୀ ପ୍ରଧାନ ଚର୍ଚ୍ଚା କରିଥିଲେ ।

ସେହିପରି ଓପେକର ସାଧାରଣ ସଚିବ ଡ. ମହମ୍ମଦ ବାରକିଣ୍ଡୋଙ୍କ ସହ ଶ୍ରୀ ପ୍ରଧାନଙ୍କ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଯାଇଛି । ଉଭୟେ ସାଂପ୍ରତିକ ତୈଳ ଏବଂ ଗ୍ୟାସ ମାର୍କେଟର ବିକାଶ ତଥା ବିଶେଷ ଭାବରେ ଅନ୍ତର୍ଜାତୀୟ ସ୍ତରରେ ତୈଳ ଦରରେ ଅସ୍ଥିରତା ଏବଂ ଅଶୋଧିତ ତୈଳ ଯୋଗାଣ ଉପରେ ଆଲୋଚନା କରିଥିଲେ । ଦୁଇ ମନ୍ତ୍ରୀ ଭାରତ-ଓପେକ୍ ଭାଗିଦାରୀକୁ ଆଗାମୀ ଦିନରେ ମଜବୁତ କରିବା ଉପରେ ଗୁରୁତ୍ୱାରୋପ କରିବା ସହ ଉର୍ଜାର ସୁରକ୍ଷା ଓ ଉର୍ଜା ଦାରିଦ୍ର୍ୟର ସମାଧାନ ପାଇଁ ମିଶି କାମ କରିବା ପାଇଁ ସମ୍ମତି ଜଣାଇଥିଲେ ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନଭେମ୍ବର ୧୦ ତାରିଖରୁ ୧୨ ତାରିଖ ପର୍ଯ୍ୟନ୍ତ ଦୁଇଦିନିଆ ୟୁଏଇ ଗସ୍ତରେ ଯାଇଥିଲେ । ଶ୍ରୀ ପ୍ରଧାନଙ୍କ ସହ ଉଚ୍ଚସ୍ତରୀୟ ସରକାରୀ ଅଫିସରମଣ୍ଡଳି ସହ ଏକ ବ୍ୟବସାୟିକ ପ୍ରତିନିଧି ମଣ୍ଡଳି ମଧ୍ୟ ମନ୍ତ୍ରୀଙ୍କ ସହ ଏହି ବିଦେଶ ଗସ୍ତରେ ସାମିଲ ଅଛନ୍ତି ।

ଏହି ଗସ୍ତକାଳରେ ଶ୍ରୀ ପ୍ରଧାନ ଗତକାଲି ଆବୁଧାବୀ ଅନ୍ତର୍ଜାତୀୟ ପେଟ୍ରୋଲିୟମ ପ୍ରଦର୍ଶନୀ ଓ ସମ୍ମିଳନୀ(ଆଡିପେକ-୨୦୧୯)ରେ ଯୋଗଦେଇଥିଲେ । ଏହି ଅବସରରେ ସେ ତୈଳ ଓ ଗ୍ୟାସ କ୍ଷେତ୍ରରେ ବିଶ୍ୱ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବାର ଲକ୍ଷ୍ୟ ନେଇ ୨୦୨୪ ସୁଦ୍ଧା ଭାରତ ରିଫାଇନିଂ, ପାଇପଲାଇନ୍ ଏବଂ ଗ୍ୟାସ ଟର୍ମିନାଲରେ ୧୦୦ ବିଲିୟନ ଡଲାର ପୁଞ୍ଜିନିବେଶ କରିବାର ଯୋଜନା ଥିବା ସମ୍ମିଳନୀରେ ସୂଚନା ଦେଇଥିଲେ ।  



ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2020