ଗୋଟିଏ ଦିନରେ କରୋନାରେ ରେକର୍ଡ ୧୩ ମୃତ  ରାଜ୍ୟରେ ମୋଟ୍‍ କରୋନା ମୃତ୍ୟୁସଂଖ୍ୟା ୨୭୨  ଗଞ୍ଜାମରେ ସର୍ବାଧିକ ୬ଜଣ ମୃତ  ୪୬ହଜାର ଛୁଇଁଲା କରୋନା ଆକ୍ରାନ୍ତଙ୍କ ତାଲିକା  ଗୋଟିଏ ଦିନର ୨୯ ଜିଲ୍ଲାରୁ ୧୭୩୪ ନୂଆ ଆକ୍ରାନ୍ତ ଚିହ୍ନଟ  ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫,୯୨୭  ଖୋରଧାରେ ସର୍ବାଧିକ ୩୪୨ ଆକ୍ରାନ୍ତ ଚିହ୍ନଟ  ଗଞ୍ଜାମରେ ୨୨୨, କଟକରେ ୧୭୭, ସୁନ୍ଦରଗଡରେ ୧୨୬ ଓ ନୟାଗଡରେ ୧୦୬ ଚିହ୍ନଟ  

ଓଡ଼ିଶା ମଣ୍ଡପରେ ଲୋକସଂପର୍କ ସଚିବ


ପ୍ରଗତି ମଇଦାନରେ ଚାଲିଥିବା ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ପଞ୍ଚମ ଦିନରେ ପହଞ୍ଚିଛି । ଆଜି ସୂଚନା ଓ ଲୋକସଂପର୍କ, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ସଂଜୟ କୁମାର ସିଂ ଓଡ଼ିଶା ମଣ୍ଡପ ପରିଦର୍ଶନ କରିଥିଲେ ।

ପରିଦର୍ଶନ ସମୟରେ ବିଭାଗୀୟ ଅତିରିକ୍ତ ନିର୍ଦ୍ଦେଶକ ନିରଞ୍ଜନ ସେଠୀ, ଯୁଗ୍ମ ନିର୍ଦ୍ଦେଶକ ବିପିନ ବିହାରୀ ବାରିକି ଏବଂ ମଣ୍ଡପର ନିର୍ଦ୍ଦେଶକ ରବୀନ୍ଦ୍ର କୁମାର ନାୟକ ମଣ୍ଡପ ସଂପର୍କରେ ଶାସନ ସଚିବ ଶ୍ରୀ ସିଂଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

ପରେ ଶାସନ ସଚିବ ଶ୍ରୀ ସିଂ ଅନ୍ୟ ରାଜ୍ୟର ମଣ୍ଡପ ବୁଲି ଦେଖିବା ସହ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ସଂସ୍ଥା (ଆଇଟିପିଓ) କାର୍ଯ୍ୟାଳୟ ଯାଇ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ମଣ୍ଡପ ସଂପର୍କରେ ଆଲୋଚନା କରିଥିଲେ ।

ପ୍ରକାଶ ଥାଉ କି ଚଳିତ ବର୍ଷର ବିଷୟବସ୍ତୁ ‘ଇଜ୍‌ ଅଫ୍‌ ଡୁଇଙ୍ଗ୍‌ ବିଜିନେସ୍‌’ ରହିଛି । ସେହି ଅନୁଯାୟୀ ମଣ୍ଡପକୁ ଆକର୍ଷଣୀୟ ଢଙ୍ଗରେ ସଜାଯାଇଛି । ନଭେମ୍ବର ୨୧ ତାରିଖ ଦିନ ପ୍ରଗତି ମଇଦାନର ହଂସଧ୍ୱନି ଥିଏଟରରେ ଓଡ଼ିଶା ଦିବସ ପାଳନ କରାଯିବ । ଏଥିରେ ଓଡ଼ିଶାର ସ୍ୱନାମଧନ୍ୟ ସାଂସ୍କୃତିକ ଦଳ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ । 



ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2020