ପାଞ୍ଚଜଣ ବରିଷ୍ଠ ଡାକ୍ତରଙ୍କୁ ନିର୍ଦ୍ଦେଶକ ପାହ୍ୟାକୁ ପଦୋନ୍ନତି  ଡାକ୍ତର ବିଜୟ କୁମାର ମହାପାତ୍ର ହେଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ  କଳାହାଣ୍ଡି ସିଡିଏମ୍‍ଓ ଡାକ୍ତର ବନଲତା ଦେବୀ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ  ଗଞ୍ଜାମ ସିଡିଏମ୍‍ଓ ଡାକ୍ତର ବିଜୟ କୁମାର ପାଣିଗ୍ରାହୀଙ୍କୁ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି  ଡାକ୍ତର ଦୀନବନ୍ଧୁ ପଣ୍ଡା ହେଲେ ରାଉରକେଲା ଆରସିଏଚ୍‍ ନିର୍ଦ୍ଦେଶକ  ଡାକ୍ତର ପ୍ରଦୀପ କୁମାର ମହାପାତ୍ର ହେଲେ ଖାଦ୍ୟ ସୁରକ୍ଷା ନିର୍ଦ୍ଦେଶକ  

ବରିଷ୍ଠ ନାଗରିକଙ୍କ ପାଇଁ ତୀର୍ଥଯାତ୍ରା ଟ୍ରେନ

ରେଳବାଇ ପକ୍ଷରୁ ଡିସେମ୍ବର ୧୩ରେ ବାଲେଶ୍ୱର ଓ ହରିଦ୍ୱାର ମଧ୍ୟରେ ଏକ ବରିଷ୍ଠ ନାଗରିକ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରାଯାଉଅଛି I ଓଡିଶା ସରକାରଙ୍କ ସହାୟତାରେ ଉତ୍ତର ଓଡ଼ିଶାର ବରିଷ୍ଠ ନାଗରିକଙ୍କ ପାଇଁ ଏହି ସ୍ୱତନ୍ତ୍ର ଟ୍ରେନ ତୀର୍ଥ ଭ୍ରମଣ ପାଇଁ ସହାୟକ ହେବ I

ଭୁବନେଶ୍ୱର-ହରିଦ୍ୱାର-ଭୁବନେଶ୍ୱର ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ସ୍ୱତନ୍ତ୍ର ଟ୍ରେନ ବାଲେଶ୍ୱର ଠାରୁ ଆସନ୍ତାକାଲି ପୂର୍ବାହ୍ନ ୧୧ଘ.୪୫ମି.ରେ ଛାଡି ହରିଦ୍ୱାର ଠାରେ ତା ପରଦିନ ରାତ୍ର ୧୦ଘ.୧୫ମି.ରେ ପହଞ୍ଚିବ I ଫେରିବା ବାଟରେ ଏହି ଟ୍ରେନ ହରିଦ୍ୱାର ଠାରୁ ଡିସେମ୍ବର ୧୬ ତାରିଖ ଦିନ ରାତ୍ର ୧୦ ଘଟିକାରେ ଛାଡି ବାଲେଶ୍ୱର ଠାରେ ଡିସେମ୍ବର ୧୮ ତାରିଖ ପୂର୍ବାହ୍ନ ୧୦ ଘ.୧୫ମି.ରେ ପହଞ୍ଚିବ I

ଏହି ତୀର୍ଥ ସ୍ୱତନ୍ତ୍ର ଟ୍ରେନ ହିଜୀଲୀ-ଆଦ୍ରI-ଗୋମୋ-ପଣ୍ଡିତ ଦିନଦୟାଲ ଉପାଧ୍ୟାୟ-ବାରଣାସୀ-ଲକ୍ଷ୍ନୋ ଓ ମୋରାଦIବାଦ ମାର୍ଗରେ ଚଳାଚଳ କରିବାକୁ ଥିବାବେଳେ ଏଥିରେ ୧୫ଟି ସ୍ଲିପର କ୍ଲାସ, ୨ଟି ଗାର୍ଡ ଭ୍ୟାନ ଓ ଗୋଟିଏ ପ୍ୟାଣ୍ଟ୍ରି କାର ଉପଲବ୍ଧ ଅଛି I

ଓଡିଶା ସରକାରଙ୍କ ପାଇଁ ଭାରତୀୟ ରେଳବାଇ କ୍ୟାଟେରିଙ୍ଗ ଓ ଟୁରିଜିମ କର୍ପୋରେସନ (ଆଈଆରସିଟିସି) ଚଳାଚଳ କରାଯାଉଥିବାବେଳେ ପୂର୍ବତଟ ରେଳପଥ ପକ୍ଷରୁ ଏଥିପାଇଁ ଆଧାରଭୁକ୍ତ ସୁବିଧା ପ୍ରଦାନ କରାଯାଉଅଛି I ଏହି ସମୟରେ ତୀର୍ଥଯାତ୍ରୀ ମାନେ ବିଭିନ୍ନ ତୀର୍ଥସ୍ଥାନ ଯଥା ହରିଦ୍ୱାର, ମନସାଦେବୀ ମନ୍ଦିର, ହର-କି-ପୌରୀ ସହିତ ହୃଷିକେଶର ରାମଝୁଲା ଓ ଲକ୍ଷ୍ମଣଝୁଲା ଇତ୍ୟାଦି ପରିଦର୍ଶନ କରିବେ I

ବିଭିନ୍ନ ତୀର୍ଥଯାତ୍ରା ପାଇଁ ସାଧାରଣ ଜନତା ଓ ତୀର୍ଥଯାତ୍ରୀମାନେ ଆଈଆରସିଟିସି ୱେବସାଈଟ www.irctctourism.com ରେ ସୂଚନା ପାଇପାରିବା ସହିତ +91 8287932231 ନମ୍ବରରେ ମଧ୍ୟ ଫୋନ ଦ୍ୱାରା ସୂଚନା ସମ୍ବନ୍ଧରେ ଅବଗତ ହେଇପାରିବେ I 



ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2020