୭୬ ଆକ୍ରାନ୍ତଙ୍କ ମଧ୍ୟରୁ ୭୪ କ୍ୱାରେଣ୍ଟାଇନ୍‍ କେନ୍ଦ୍ରର  ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୩  ରାଜ୍ୟରେ ୭୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ  ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ବଲାଙ୍ଗିରରେ ୧୬, ଖୋରଧା ଓ ନୂଆପଡାରେ ୧୩ କରି, କଟକରେ ୧୧ ଓ ଗଞ୍ଜାମରେ ୧୦  

ମିଥ୍ୟା ପ୍ରଚାର କରୁଛନ୍ତି ବିରୋଧି


ନାଗରିକ ସଂଶୋଧନ ଆଇନକୁ ନେଇ ବିରୋଧୀମାନେ ଜାଣିଶୁଣି ମିଥ୍ୟା ପ୍ରଚାର କରୁଛନ୍ତି । ଦେଶରେ ଶାନ୍ତି ଚାହୁଁନଥିବା ବିରୋଧୀ ଦଳମାନେ ଓ ସେମାନଙ୍କର ସମର୍ଥକମାନେ ହିଂସା କରିବା ପାଇଁ ଉସୁକାଉଛନ୍ତି ଓ ବିନା କାରଣରେ ଏହି ସଂଶୋଧନ ଆଇନକୁ ବିରୋଧ କରିବା ପାଇଁ ବାହାରିଛନ୍ତି ବୋଲି କହିଛନ୍ତି ବିଜେପି ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ରାମମାଧବ ।

ଶ୍ରୀ ମାଧବ କହିଛନ୍ତି ଯେ ସାରା ଦେଶରେ ଏବେ ନାଗରିକତା ସଂଶୋଧନ ଆଇନ (ସିଏଏ) ପ୍ରସଙ୍ଗରେ ଆଲୋଚନା ଚାଲିଛି ଏବଂ ଏହି ଆଇନ ସମ୍ପର୍କରେ ଭୁଲ ଧାରଣାର ଶିକାର ଲୋକମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । କିଛି ରାଜନୈତିକ ଦଳ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିରୋଧୀମାନେ ଏହାକୁ ଏକ ସୁଯୋଗ ବୋଲି ଗ୍ରହଣ କରିନେଇ ପରିସ୍ଥିତିକୁ ଆହୁରି ଉତେଜନାପୂର୍ଣ୍ଣ କରିଦେଇଛନ୍ତି । ତେଣୁ ଏହି ଆଇନର ବାସ୍ତବତା ସର୍ବସମ୍ମୁଖକୁ ଆଣିବା ଜରୁରି ହୋଇପଡିଛି ।

ଆଜି ଯେପରି କିଛି ତତ୍ୱ ଜାଣିଶୁଣି ହିଂସାକୁ ଉସୁକାଉଛନ୍ତି ସେମାନଙ୍କ ବାସ୍ତବ ଉଦ୍ଦେଶ୍ୟ ଖୁବଶୀଘ୍ର ସାମ୍ନାକୁ ଆସିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଐତିହାସିକ ଦ୍ୱିତୀୟବାର ନିର୍ବାଚନ ବିଜୟ, ତିନି ତଲାକ ବିଲ୍, ଅଯୋଧ୍ୟା ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ, ସମ୍ବିଧାନର ଧାରା ୩୭୦ର ଉଚ୍ଛେଦ- ଏସବୁ ଘଟଣାରେ ସମ୍ଭବତଃ ବିରୋଧୀଦଳ ମାନେ କିଛି କରିନପାରି ହତୋତ୍ସାହିତ ହୋଇପଡିଛନ୍ତି ।

ନାଗରିକ ସଂଶୋଧନ ଆଇନ ଆଣି ବିଶ୍ୱ ଦରବାରରେ ପାକିସ୍ତାନରେ ଅଣମୁସଲମାନମମାନଙ୍କ ଉପରେ ହେଉଥିବା ଆକ୍ରମଣର କଥା ସାରା ବିଶ୍ୱକୁ କହିବାର ସୁଯୋଗ ଥିଲା । କିନ୍ତୁ ବିରୋଧୀଙ୍କ ଚକ୍ରାନ୍ତ ପାଇଁ ସେ ସୁଯୋଗ ଆମେ ହରାଇଲୁ । ପାକିସ୍ତାନକୁ ସୁହାଇଲା ଭଳି କଥା ବିରୋଧୀମାନେ ଏବେ ଦେଶରେ କରୁଛନ୍ତି । ପାକିସ୍ତାନ ମୁଖା ଖୋଲିଦେଲେ ବିରୋଧୀଙ୍କୁ କାହିଁକି କଷ୍ଟ ଲାଗୁଛି ବୋଲି ରାମ ମାଧବ କହିଛନ୍ତି ।

ସିଏଏ ନାଁରେ ମିଥ୍ୟା ଅପପ୍ରଚାର କରାଯାଉଛି । ଭାରତୀୟ ମୁସଲମାନଙ୍କ ସହ ସିଏଏ, ଏନ୍ଆର୍ସିର କୌଣସି ସମ୍ପର୍କ ନାହିଁ । କେବଳ ପାକିସ୍ତାନୀ, ବଙ୍ଗଳାଦେଶ, ଆଫଗାନିସ୍ତାନର ଅଣହିନ୍ଦୁ ମାନଙ୍କ ପାଇଁ ଏହା ହୋଇଛି । ସେମାନଙ୍କୁ ନାଗରିକତା ଦେବା ପାଇଁ ଏହି ସଂଶୋଧନ ହେଉଛି ମହାତ୍ମା ଗାନ୍ଧିଙ୍କ ଚିନ୍ତାଧାରାର ଅନୁରୂପ ବୋଲି ରାମ ମାଧବ କହିଛନ୍ତି ।
 



ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2020