୩୦ ଜିଲ୍ଲାରୁ ୪୧୮୯ ନୂଆ କରୋନା ସଂକ୍ରମିତ ଚିହ୍ନଟ  ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୮୩୧୧କୁ ବୃଦ୍ଧି  ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୭୧୨ ସଂକ୍ରମିତ ଚିହ୍ନଟ  କଟକରେ ୫୮୬, ପୁରୀରେ ୨୬୫, ସୁନ୍ଦରଗଡ଼ରେ ୨୦୧, ଯାଜପୁରରେ ୧୮୭, ମୟୂରଭଞ୍ଜରେ ୧୭୪ ଜଣ ଚିହ୍ନଟ  ରାଜ୍ୟରେ ଆଜି ସୁଦ୍ଧା ୨୮୬୦୪୧୦ କୋଭିଡ ନମୁନା ପରୀକ୍ଷା   କରୋନାରେ ଆଜି ୧୧ ଜଣଙ୍କ ମୃତ୍ୟୁ  ରାଜ୍ୟରେ ମୋଟ୍‍ କରୋନା ମୃତ୍ୟୁସଂଖ୍ୟା ୭୨୧କୁ ବୃଦ୍ଧି  

ସିଧା ବିମାନ ଚଳାଚଳ ପାଇଁ ଚିଠି

ଝାରସୁଗୁଡା ଓ ମୁମ୍ବାଇ ମଧ୍ୟରେ ସିଧାସଳଖ ବିମାନ ସେବା ଆରମ୍ଭ କରିବା ପାଇଁ ବ୍ୟବସ୍ଥା କରିବାକୁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସମ୍ପନ୍ନ ସରକାରଙ୍କର ଉଡାନ ଯୋଜନା ସାଧାରଣ ଲୋକଙ୍କ ସ୍ୱପ୍ନ ଓ ଆକାଂକ୍ଷାକୁ ପୂରଣ କରିଛି । ପଶ୍ଚିମ ଓଡିଶାର ବୀର ସୁରେନ୍ଦ୍ର ସାଏ ନାମରେ ନାମିତ ଝାରସୁଗୁଡା ବିମାନବନ୍ଦର ପ୍ରତିଷ୍ଠା କାରଣରୁ ଏହି ଯୋଜନାରେ ଓଡିଶା ମଧ୍ୟ ଲାଭାନ୍ୱିତ ହୋଇଛି ।

ପଶ୍ଚିମ ଓଡିଶାର ଲୋକଙ୍କ ଇଚ୍ଛାକୁ ଦୃଷ୍ଟିରେ ରଖି ଏହି ପୃଷ୍ଠଭୂମିରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ସ୍ୱତନ୍ତ୍ର ଭାବରେ ହସ୍ତକ୍ଷେପ କରି ଝାରସୁଗୁଡା ଓ ମୁମ୍ବାଇ ମଧ୍ୟରେ ସିଧା ବିମାନ ସଂଯୋଗ ସ୍ଥାପନ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି ।

ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ ପୂର୍ବରୁ ସ୍ପାଇଶଜେଟ ତରଫରୁ ଝାରସୁଗୁଡାରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ସିଧାସଳଖ ବିମାନ ସେବା ଆରମ୍ଭ କରିଥିଲା । ଏହା ଦ୍ୱାରା ପଶ୍ଚିମ ଓଡିଶାର ଅଧିଂକାଶ ଲୋକମାନେ ସେବାର ଲାଭ ପାଇଥିଲେ ଏବଂ ବାଣିଜ୍ୟିକ ଦୃଷ୍ଟିରୁ ମଧ୍ୟ ସଫଳ ମଧ୍ୟ ହୋଇଥିଲା ।

ଏହାବ୍ୟତୀତ ସାଇଶଜେଟ ଝାରସୁଗୁଡାରୁ ହାଇଦ୍ରାବାଦ ଏବଂ କୋଲକାତାକୁ ମଧ୍ୟ ବିମାନ ସେବା ଆରମ୍ଭ କରିଛି । ଯଦ୍ୱାରା ଦେଶର ଉତ୍ତରପୂର୍ବ ଏବଂ ଦକ୍ଷିଣ ଭାଗରେ ବିମାନ ଯୋଗାଯୋଗ କ୍ଷେତ୍ରରେ ନୂଆ ସମ୍ଭାବନାର ସୂତ୍ରପାତ କରିଛି ।

ତେବେ ଦେଶର ବାଣିଜ୍ୟିକ ରାଜଧାନୀ ମୁମ୍ବାଇ ଏବଂ ପଶ୍ଚିମ ଓଡିଶା ମଧ୍ୟରେ ସିଧାସଳଖ ବିମାନ ଯୋଗାଯୋଗର ଅଭାବ ରହିଛି । ତାଙ୍କର ସୂଚନାନୁସାରେ ଝାରସୁଗୁଡା ଓ ମୁମ୍ବାଇ ମଧ୍ୟରେ ସିଧା ସଳଖ ବିମାନ ଚଳାଚଳ କରିବା ପାଇଁ ପଶ୍ଚିମ ଓଡିଶାର ଯାତ୍ରୀମାନଙ୍କର ଦାବୀ ରହିଛି ।

ପଶ୍ଚିମ ଓଡିଶା ଲୋକଙ୍କର ସୁବିଧାକୁ ଧ୍ୟାନରେ ରଖି ଖୁବଶୀଘ୍ର ଝାରସୁଗୁଡା ଓ ମୁମ୍ବାଇ ମଧ୍ୟରେ ବିମାନ ସେବା ଆରମ୍ଭ କରିବା ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ ଶ୍ରୀ ପ୍ରଧାନ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି । ଏହାବ୍ୟତୀତ ମୁମ୍ବାଇ ଓ ଝାରସୁଗୁଡା ମଧ୍ୟରେ ଉଡାଣ ଓ ଅବତରଣ ପାଇଁ ସମୟ ଦେବା ନିମନ୍ତେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି । 



Mayfair Lagoon
SOA


AMRI Hospital Bhubaneswar
M/s S N MOHANTY -->

ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2020