ସମସ୍ତ ପାଠକ ପାଠିକା ମାନଙ୍କୁ ଇଂରାଜୀ ନବବର୍ଷ ୨୦୨୧ର ହାର୍ଦ୍ଦିକ ଅଭିନନ୍ଦନ  

ବେଆଇନ୍‍ ମାସ୍କ ମହଜୁଦ କଲେ ଦଣ୍ଡ

କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ଓ ନିରାକରଣ ନିମନ୍ତେ ମାସ୍କ ଓ ହ୍ୟାଣ୍ଡ ସାନିଟାଇଜରକୁ ଅତ୍ୟାବଶ୍ୟକ ସାମଗ୍ରୀ ଭାବରେ ଘୋଷଣା କରାଯାଇଛି । ଫଳରେ ଏହି ଦୁଇ ସାମଗ୍ରୀର ବେଆଇନ୍‍ ମହଜୁଦକାରୀ ଧରାପଡିଲେ ଦଣ୍ଡିତ ହେବେ ।

ଭାରତ ସରକାରଙ୍କ ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟ ପକ୍ଷରୁ ଏ ସଂକ୍ରାନ୍ତରେ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇଛି । ଅତ୍ୟାବଶ୍ୟକ ସାମଗ୍ରୀ ଆଇନ୍ ୧୯୫୫ ଅନୁଯାୟୀ ମାସ୍କ ( ୨ ପ୍ଲାଇ ଏବଂ ୩ ପ୍ଲାଇ) ସର୍ଜିକାଲ ମାସ୍କ, ଏନ୍-୯୫ ମାସ୍କ ଏବଂ ହ୍ୟାଣ୍ଡ ସାନିଟାଇଜରକୁ ଅତ୍ୟାବଶ୍ୟକ ସାମଗ୍ରୀ ଭାବରେ ଘୋଷଣା କରାଯାଇଛି ।

ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳମାନଙ୍କୁ ଏ ଦିଗରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପତ୍ର ଲେଖାଯାଇଛି । ଜିଲ୍ଲାମାନଙ୍କରେ ଏହାକୁ କଡାକଡି ଭାବରେ କାର୍ଯ୍ୟକାରୀ କରିବା ପାଇଁ ଏନଫୋରସମେଣ୍ଟ ଅଧିକାରୀଙ୍କୁ ନିୟୋଜିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
ଏଥି ସହିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲ୍ଲା ଏନଫୋରସମେଣ୍ଟ ସ୍କ୍ୱାଡ୍ ଗଠନ କରାଯାଇ ମାସ୍କ ଓ ହ୍ୟାଣ୍ଡ ସାନିଟାଇଜର ଉପଲବ୍ଧତା ଓ ବିତରଣ ବ୍ୟବସ୍ଥାକୁ ନିୟନ୍ତ୍ରଣ କରିବା ପାଇଁ କୁହାଯାଇଛି । ଏହି ନିର୍ଦ୍ଦେଶନାମା ୨୦୨୦ ମସିହା ଜୁନ୍ ୩୦ ତାରିଖ ପର୍ଯ୍ୟନ୍ତ ବଳବତର ରହିବ ।

ମାସ୍କ ଓ ହ୍ୟାଣ୍ଡ ସାନିଟାଇଜରକୁ ବେଆଇନ୍ ଭାବେ ମହଜୁଦ୍ ଏବଂ କଳାବଜାରୀ ରୋକିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଯାଂଚ ବ୍ୟବସ୍ଥାକୁ କଡାକଡି କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।  



Mayfair Lagoon
SOA


AMRI Hospital Bhubaneswar
M/s S N MOHANTY -->

ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2023