ସମସ୍ତ ପାଠକ ପାଠିକା ମାନଙ୍କୁ ଇଂରାଜୀ ନବବର୍ଷ ୨୦୨୧ର ହାର୍ଦ୍ଦିକ ଅଭିନନ୍ଦନ  

ଘରେ ରହିବେ ବୟସ୍କ

ନୋଭେଲ କରୋନା ଭୂତାଣୁ (କୋଭିଡ-୧୯) ଲାଗି କେନ୍ଦ୍ର ସରାକର ଆଜି କେତେକ ଅତିରିକ୍ତ ମାର୍ଗଦର୍ଶିକା ଜାରି କରିଛନ୍ତି । ତଦନୁଯାୟୀ ଆସନ୍ତା ୨୨ ତାରିଖ ପରଠାରୁ ସପ୍ତାହକ ପାଇଁ ୬୫ ବର୍ଷରୁ ଊଦ୍ଧ୍ୱର୍ ସମସ୍ତ ନାଗରିକମାନଙ୍କୁ (ଡାକ୍ତରୀ ସହାୟତା ଚାହୁଁଥିବା ଲୋକମାନଙ୍କୁ ଛାଡ଼ି) ଘରେ ରହିବା ଲାଗି ରାଜ୍ୟ ସରକାର ଗୁଡ଼ିକ ଉପଯୁକ୍ତ ନିର୍ଦ୍ଦେଶନାମା ଜାରି କରିବେ । ଲୋକ ପ୍ରତିନିଧି, ସରକାରୀ କର୍ମଚାରୀ, ସ୍ୱାସ୍ଥ୍ୟକର୍ମୀଙ୍କୁ ଏହି କଟକଣାରୁ ବାଦ୍‍ ଦିଆଯାଇଛି ।

ଗୋଟିଏ ସପ୍ତାହ ପାଇଁ କୌଣସି ଅନୁସୂଚିତ ଅନ୍ତର୍ଜାତୀୟ ବାଣିଜ୍ୟିକ ଯାତ୍ରୀ ବିମାନକୁ ଭାରତରେ ଅବତରଣ କରିବା ଲାଗି ଅନୁମତି ମିଳିବ ନାହିଁ । ସେହିପରି ୧୦ ବର୍ଷରୁ କମ ବୟସର ପିଲାମାନଙ୍କୁ ଘରେ ରହିବା ଏବଂ ବାହାରକୁ ନବାହାରିବା ଲାଗି ନିର୍ଦ୍ଦେଶ ଦିଆଯାଉଛି ।

ଛାତ୍ରଛାତ୍ରୀ, ରୋଗୀ ଓ ଦିବ୍ୟାଙ୍ଗ ଜନଙ୍କୁ ବାଦ ଦେଲେ ସମସ୍ତ ପ୍ରକାର ଯାତ୍ରା ରିହାତି ରଦ୍ଦ କରିବା ଲାଗି ରେଳପଥ ଓ ବିମାନ ଚଳାଚଳ ସଂସ୍ଥାଗୁଡ଼ିକୁ ଆଦେଶ ଦିଆଯାଇଛି । ଜରୁରିକାଳୀନ/ଜରୁରି ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ବାଦ ଦେଲେ ଘରୋଇ କ୍ଷେତ୍ରର ସମସ୍ତ କର୍ମଚାରୀମାନେ ଘରେ ଥାଇ କାମ କରିବା ଲାଗି ନିର୍ଦ୍ଦେଶ ଦେବାକୁ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଭିଡ଼ ଏଡ଼ାଇବା ନିମନ୍ତେ କେନ୍ଦ୍ର ସରକାରଙ୍କ ସମସ୍ତ ଗ୍ରୁପ ବି ଓ ସି କର୍ମଚାରୀଙ୍କ ପାଇଁ ଶିଫ୍ଟ ଡ୍ୟୁଟି କିମ୍ବା ବିକଳ୍ପ ସପ୍ତାହରେ ଡ୍ୟୁଟି କରିବା ଲାଗି କୁହାଯାଇଛି ।  



Mayfair Lagoon
SOA


AMRI Hospital Bhubaneswar
M/s S N MOHANTY -->

ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2023