ରାଜ୍ୟର ୩୦ ଜିଲ୍ଲାରୁ ୪୧୮୦ ନୂଆ କରୋନା ରୋଗୀ ଚିହ୍ନଟ  ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୭୧,୩୪୧  ନୂଆ ଚିହ୍ନଟଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୨୪୬୬, ଲୋକାଲ କେସ ୧୭୧୪  ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬୮୮ ନୂଆ ରୋଗୀ ଚିହ୍ନଟ  କଟକରୁ ୪୯୨, ଯାଜପୁରରୁ ୧୮୪, ସୁନ୍ଦରଗଡ଼ ଓ ପୁରୀରୁ ୧୬୬କରି, ମୟୂରଭଞ୍ଜ ୧୬୩, ରାୟଗଡ଼ାରୁ ୧୬୦, ଅନୁଗୁଳରୁ ୧୫୫, ବାଲେଶ୍ୱରରୁ ୧୩୩, ଜଗତସିଂହପୁରୁ ୧୨୩, କେନ୍ଦ୍ରାପଡ଼ାରୁ ୧୨୧, ବରଗଡ଼ରୁ ୧୦୦  

ଫସଲବୀମା ପଞ୍ଜିକରଣ ସମୟ ବଢିଲା

ଚଳିତ ଖରିଫ୍‌ରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ଚାଷୀମାନଙ୍କୁ ବୀମାଭୁକ୍ତ କରିବା ପାଇଁ ସମୟସୀମା ଅଗଷ୍ଟ ୫ ତାରିଖ ଯାଏ ବୃଦ୍ଧି କରାଯାଇଛି । ଯେଉଁ ଚାଷୀମାନେ ବୀମାଭୁକ୍ତ ହୋଇ ପାରି ନାହାନ୍ତି ସେମାନେ ଏହାର ସୁବିଧା ନେଇପାରିବେ ।

କେନ୍ଦ୍ର ସରକାରଙ୍କ, କୃଷି ସମବାୟ ଏବଂ କୃଷକ କଲ୍ୟାଣ ବିଭାଗ ପକ୍ଷରୁ ଏହି ମର୍ମରେ ଆଜି ଓଡ଼ିଶା ସରକାରଙ୍କୁ ଅବଗତ କରାଯାଇଛି । ସୂଚନାଯୋଗ୍ୟ ଯେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ଅନ୍ତର୍ଭୁକ୍ତ ହେବା ପାଇଁ ଜୁଲାଇ ୩୧ ତାରିଖ ଶେଷ ତାରିଖ ଥିବାବେଳେ କୋଭିଡ୍‌-୧୯ ସ୍ଥିତି ଏବଂ ଅନ୍ୟାନ୍ୟ କାରଣ ଯୋଗୁଁ ଅନେକ ଚାଷୀ ବୀମାଭୁକ୍ତ ହୋଇ ନ ପାରୁଥିବାରୁ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ବୀମାର ସମୟସୀମା ବୃଦ୍ଧି କରିବା ପାଇଁ ପଦକ୍ଷେପ ନେବା ନିମନ୍ତେ ଅନୁରୋଧ କରିଥିଲେ ।

ଏଥି ସହିତ ମନ୍ତ୍ରୀ ଶ୍ରୀ ସ୍ୱାଇଁ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଏବଂ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବଙ୍କ ସହିତ ଏ ସଂପର୍କରେ ଆଲୋଚନା କରି ସମୟସୀମା ବୃଦ୍ଧି ନିମନ୍ତେ ପଦକ୍ଷେପ ନେବା ପାଇଁ ପରାମର୍ଶ ଦେଇଥିଲେ । ତଦନୁଯାୟୀ ଗତ ଜୁଲାଇ ୩୦ ତାରିଖରେ ମୁଖ୍ୟ ଶାସନ ସଚିବ ଏବଂ ଜୁଲାଇ ୩୧ ତାରିଖରେ କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ କେନ୍ଦ୍ର ସରକାରଙ୍କୁ ସମୟସୀମା ବୃଦ୍ଧି କରିବା ନିମନ୍ତେ ଅନୁରୋଧ କରି ପତ୍ର ଲେଖିଥିଲେ ।

ଏହି ପରିପ୍ରେକ୍ଷୀରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ଚାଷୀ ବୀମାଭୁକ୍ତ ହେବାର ସମୟସୀମା ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ସଂପୃକ୍ତ ବୀମା କମ୍ପାନୀଗୁଡ଼ିକ ଚାଷୀମାନଙ୍କଠାରୁ ଦରଖାସ୍ତ ଗ୍ରହଣ କରିବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି । ଅଗଷ୍ଟ ୨ ତାରିଖରୁ ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ବୀମା କମ୍ପାନୀମାନେ ସମସ୍ତ ଦରଖାସ୍ତ ଗ୍ରହଣପୂର୍ବକ ଏ ଦିଗରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ।  



Mayfair Lagoon
SOA


AMRI Hospital Bhubaneswar
M/s S N MOHANTY -->

ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2020