ରାଜ୍ୟର ୩୦ ଜିଲ୍ଲାରୁ ୪୧୮୦ ନୂଆ କରୋନା ରୋଗୀ ଚିହ୍ନଟ  ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୭୧,୩୪୧  ନୂଆ ଚିହ୍ନଟଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୨୪୬୬, ଲୋକାଲ କେସ ୧୭୧୪  ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬୮୮ ନୂଆ ରୋଗୀ ଚିହ୍ନଟ  କଟକରୁ ୪୯୨, ଯାଜପୁରରୁ ୧୮୪, ସୁନ୍ଦରଗଡ଼ ଓ ପୁରୀରୁ ୧୬୬କରି, ମୟୂରଭଞ୍ଜ ୧୬୩, ରାୟଗଡ଼ାରୁ ୧୬୦, ଅନୁଗୁଳରୁ ୧୫୫, ବାଲେଶ୍ୱରରୁ ୧୩୩, ଜଗତସିଂହପୁରୁ ୧୨୩, କେନ୍ଦ୍ରାପଡ଼ାରୁ ୧୨୧, ବରଗଡ଼ରୁ ୧୦୦  

ଧର୍ମେନ୍ଦ୍ରଙ୍କୁ କରୋନା

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନାରେ ଆକ୍ରାନ୍ତ ହେବାପରେ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ନିଜେ ଶ୍ରୀ ପ୍ରଧାନ ଟୁଇଟ୍‍ କରି ଆଜି ଏହି ସୂଚନା ଦେଇଛନ୍ତି ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ତାଙ୍କ ଠାରେ କରୋନା ଲକ୍ଷଣ ଦେଖାଦେବା ପରେ ସେ ନିଜର ପରୀକ୍ଷା କରାଇଥିଲେ । ରିପୋର୍ଟ ପଜିଟିଭ ଆସିବାପରେ ଡାକ୍ତରମାନଙ୍କ ପରାମର୍ଶରେ ଚିକିତ୍ସାପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।

ମିଳିଥିବା ସୂଚନା ଅନୁଯାୟୀ କରୋନା ଚିକିତ୍ସା ପାଇଁ ଶ୍ରୀ ପ୍ରଧାନ ନୂଆଦିଲ୍ଲୀର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ପୂର୍ବରୁ କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଧ୍ୟ କରୋନା ପଜିଟିଭ ଚିହ୍ନଟ ହେବାପରେ ଚିକିତ୍ସା ପାଇଁ ସେହି ଡାକ୍ତରଖାନାରୋ ଅଛନ୍ତି ।

କରୋନା କବଳରେ ଦେଶର ବଡ ବଡ ରାଜନେତାମାନେ ଧିରେ ଧିରେ କବଳିତ ହେଉଛନ୍ତି । ଇତି ମଧ୍ୟରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ୟେଦୁରପ୍ପା, ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦରମେୟା କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜସିଂହ ଚୌହାନ ମଧ୍ୟ କରୋନା ଆକ୍ରାନ୍ତ ହୋଇ ସାରିଛନ୍ତି । ଉତ୍ତରପ୍ରଦେଶରେ ଜଣେ କ୍ୟାବିନେଟ ମନ୍ତ୍ରୀ କରୋନାରେ ମୃତ୍ୟୁବରଣ କରିସାରିଲେଣି ।
 



Mayfair Lagoon
SOA


AMRI Hospital Bhubaneswar
M/s S N MOHANTY -->

ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2020