ରାଜ୍ୟର ୩୦ ଜିଲ୍ଲାରୁ ୪୧୮୦ ନୂଆ କରୋନା ରୋଗୀ ଚିହ୍ନଟ  ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୭୧,୩୪୧  ନୂଆ ଚିହ୍ନଟଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୨୪୬୬, ଲୋକାଲ କେସ ୧୭୧୪  ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬୮୮ ନୂଆ ରୋଗୀ ଚିହ୍ନଟ  କଟକରୁ ୪୯୨, ଯାଜପୁରରୁ ୧୮୪, ସୁନ୍ଦରଗଡ଼ ଓ ପୁରୀରୁ ୧୬୬କରି, ମୟୂରଭଞ୍ଜ ୧୬୩, ରାୟଗଡ଼ାରୁ ୧୬୦, ଅନୁଗୁଳରୁ ୧୫୫, ବାଲେଶ୍ୱରରୁ ୧୩୩, ଜଗତସିଂହପୁରୁ ୧୨୩, କେନ୍ଦ୍ରାପଡ଼ାରୁ ୧୨୧, ବରଗଡ଼ରୁ ୧୦୦  

କରୋନା ମୁକାବିଲାରେ ସୋଆ ଆଗରେ

କରୋନା ଯୁଦ୍ଧରେ ସାଢ଼େ ୪ କୋଟି ଓଡ଼ିଆଙ୍କ ସ୍ୱାସ୍ଥ୍ୟ ଓ ସ୍ୱାର୍ଥ ରକ୍ଷା ଲାଗି ଓଡ଼ିଶା ସରକାର ଉଦ୍ୟମ ଚଳାଇଥିବା ବେଳେ ଏହି ମହତ କାର୍ଯ୍ୟରେ ସରକାରଙ୍କ ସହ ହାତ ମିଳାଇଛି ଶିକ୍ଷା ଓ ଅନୁସନ୍ଧାନ ଡିମଡ ବିଶ୍ୱବିଦ୍ୟାଳୟ ।

ଗତ ମାର୍ଚ୍ଚ ମାସ ଦ୍ୱିତୀୟ ସପ୍ତାହ ବେଳକୁ କରୋନା ମହାମାରୀର ପ୍ରଭାବ ଓଡ଼ିଶାରେ ଦେଖାଦେଇଥିବା ବେଳେ ମାତ୍ର ଦୁଇ ତିନି ଜଣ ସଂକ୍ରମିତ ହୋଇଥିଲେ । ତେବେ ସେହି ମୁହୁର୍ତ ଠାରୁ ହିଁ ଯୁଦ୍ଧକାଳୀନ ଭିତିରେ ଓଡ଼ିଶାବାସୀଙ୍କୁ ଏହି ମହାମାରୀ କବଳରୁ ରକ୍ଷା କରିବା ଏବଂ ସେମାନଙ୍କର ଚିକିତ୍ସା କରାଇବା ନେଇ ସହଯୋଗର ହାତ ବଢ଼ାଇଥିଲା ସୋଆ ।

ଜୀବନ ଜୀବିକାର ଦୋ ଛକିରେ ଥିବା ଓଡ଼ିଶାବାସୀଙ୍କ ସ୍ୱାସ୍ଥ୍ୟର ଯତ୍ନ ନେବା ସହ ତାଙ୍କୁ ସୁସ୍ଥ କରିବା ଲକ୍ଷ୍ୟରେ ସୋଆ ପକ୍ଷରୁ ୨୦୦୦ରୁ ଊଦ୍ଧ୍ୱର୍ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ୍ ଏବଂ କୋଭିଡ କେୟାର ସେଂଟର ପରିଚାଳନା କରାଯାଉଛି ।

ସମ୍ ହସ୍ପିଟାଲ୍ ପକ୍ଷରୁ ଆରମ୍ଭ ଚଳାଯାଉଛି ୫୨୫ ଶଯ୍ୟା ବିଶିଷ୍ଟ ସମ୍ କୋଭିଡ ହସ୍ପିଟାଲ୍ । ପରବର୍ତୀ ପର୍ଯ୍ୟାୟରେ ଏହାର ସଂଖ୍ୟା ଆଉ ୧୦୦କୁ ବୃଦ୍ଧି ହୋଇ ୬୨୫ରେ ପହଂଚିଛି । ଏଥିରେ ୫୦୦ ଶଯ୍ୟା ରହିଥିବା ବେଳେ ୧୨୫ଟି ଆଇସିୟୁ ଶଯ୍ୟାର ବ୍ୟବସ୍ଥା କରାଯାଇଛି । ଏହି ହସ୍ପିଟାଲ ଓଡ଼ିଶାର ବୃହତମ ଏବଂ ଭାରତର ଅନ୍ୟତମ ବୃହତମ କୋଭିଡ ଆଇସିୟୁ ଭାବେ ପରିଗଣିତ ହେଉଛି ।

ସେହିପରି କେନ୍ଦ୍ରାପଡ଼ାରେ ମଧ୍ୟ ରାଜ୍ୟ ସରକାରଙ୍କ ସହଭାଗିତାରେ ୧୭୦ ଶଯ୍ୟା ବିଶିଷ୍ଟ ସମ୍ କୋଭିଡ ହସ୍ପିଟାଲ୍ ଆରମ୍ଭ କରାଯାଇଛି । ଏହି ହସ୍ପିଟାଲରେ ସଂକ୍ରମିତଙ୍କ ଚିକିତ୍ସା ନିମନ୍ତେ୧୬୦ଟି ଶଯ୍ୟା ରହିଥିବା ବେଳେ ୧୦ଟି ଆଇସିୟୁ ଶଯ୍ୟା ରହିଛି ।

ତାଳଚେର ଠାରେ ଏମ୍ସିଏଲ୍ର ସହଭାଗିତାରେ ୧୫୦ଶଯ୍ୟା ବିଶିଷ୍ଟ ସମ୍ କୋଭିଡ ହସ୍ପିଟାଲ୍ ଆରମ୍ଭ ହୋଇଥିଲା । ଏଠାରେ ସଂକ୍ରମିତଙ୍କ ଚିକିତ୍ସା ନିମନ୍ତେ ୧୪୪ଟି ଶଯ୍ୟା ରହିଥିବା ବେଳେ ୬ଟି ଆଇସିୟୁ ଶଯ୍ୟା ରହିଛି । ନୟାଗଡ ଜିଲ୍ଲାର ଚାନ୍ଦପୁର ଠାରେ ୩୬୬ ଶଯ୍ୟା ବିଶିଷ୍ଟ ସମ୍ କୋଭିଡ ହସ୍ପିଟାଲ୍ ଆରମ୍ଭ କରାଯାଇଛି । ଏଥିରେ ୩୫୦ଟି ଶଯ୍ୟା ରହିଥିବା ବେଳେ ୧୬ଟି ଆଇସିୟୁ ଶଯ୍ୟା ରହିଛି ।

ଲକ୍ଷଣବିହୀନ କିମ୍ବା କମ୍ ଲକ୍ଷଣ ଥିବା କରୋନା ସଂକ୍ରମିତଙ୍କ ଚିକିତ୍ସା ନିମନ୍ତେ ଖୋର୍ଦ୍ଧା ଜିଲ୍ଲା ଜାମୁଝରି ଏବଂ ଜଟଣୀର ଖୁଦୁପୁର ଠାରେ ସୋଆ ପକ୍ଷରୁ ୫୦୦ ଓ ୩୦୦ ଶଯ୍ୟା ବିଶିଷ୍ଟ କୋଭିଡ କେୟାର ସେଂଟର୍ ମଧ୍ୟ ଆରମ୍ଭ କରାଯାଇଛି ।

ସୋଆ ପକ୍ଷରୁ ୧୫୭ ଆଇସିୟୁ ଶଯ୍ୟା ସମେତ ୨୧୧୧ ଶଯ୍ୟାର ବ୍ୟବସ୍ଥା କରାଯାଇ ହସ୍ପିଟାଲ୍ ଏବଂ କୋଭିଡ କେୟାର ସେଂଟରଗୁଡ଼ିକରେ ସଂକ୍ରମିତଙ୍କ ଚିକିତ୍ସା କରାଯାଉଛି । ସଂକ୍ରମିତଙ୍କ ସଂଖ୍ୟା ପ୍ରତ୍ୟେକ ଦିନ ବଢ଼ି ଚାଲିଥିବା ବେଳେ ୮୦ ରୁ ୯୦ ପ୍ରତିଶତ ଶଯ୍ୟା ପୂରଣ ହୋଇ ଚିକିତ୍ସା ଜାରୀ ରହିଛି । ଏହା ଏକ ଯୋଦ୍ଧା ଏବଂ ଦିନ ରାତି ଏହି ମହାମାରୀ ସହ ଯୁଦ୍ଧ କରୁଥିବା ଯୋଦ୍ଧାମାନଙ୍କ ପାଇଁ ଆମେ ଗର୍ବିତ ବୋଲି କହିଛନ୍ତି ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ମନୋଜରଞ୍ଜନ ନାୟକ ।

କରୋନା ସଂକ୍ରମଣକୁ ରୋକିବା ପାଇଁ ଜ୍ଞାନ, କୋ÷ଶଳ ଏବଂ ବୁଝାମଣାର ଆବଶ୍ୟକତା ରହିଛି ବୋଲି କହିଛନ୍ତି ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର କହିଛନ୍ତି ।
କୋଭିଡ-୧୯ ଟିକାର ପରୀକ୍ଷଣରେ ମଧ୍ୟ ନିଜକୁ ନିୟୋଜିତ କରିଛି ସୋଆ । କୋଭିଡ-୧୯ ଟିକାର ମଣିଷ ଉପରେ ପ୍ରୟୋଗ ନିମନ୍ତେ ବିଧିବଦ୍ଧ ପ୍ରକ୍ରିୟା ଆରମ୍ଭ କରାଯାଇଛି । ଅନେକ ସ୍ୱେଚ୍ଛାସେବୀଙ୍କ ଶରୀରରେ ଏହି ଟୀକା ପରୀକ୍ଷଣ ଜାରୀ ରହିଛି ।

ସେହିପରି ସମ୍ କୋଭିଡ୍ ହସ୍ପିଟାଲ୍ରେ ପ୍ଲାଜମା ଥେରାପି ପ୍ରକ୍ରିୟା ମଧ୍ୟ ଆରମ୍ଭ କରାଯିବା ସହ କୋଭିଡ-୧୯ ମହାମାରୀର ସଂକ୍ରମଣର ଢ଼ାଂଚାକୁ ଅଧିକ ଗଭୀରଭାବେ ବୁଝିବା ନିମନ୍ତେ ସମ୍ ହସ୍ପିଟାଲରେ ଜେନୋମିକ୍ ଗବେଷଣା ମଧ୍ୟ ଆରମ୍ଭ କରାଯାଇଛି । ଏସବୁ ସତ୍ୱେ ସମ୍ ବିରୁଦ୍ଧରେ ଅପପ୍ରଚାର ଚଳାଯିବା ଦୁଃଖଦାୟକ । ଏଭଳି କାର୍ଯ୍ୟରୁ ନିବୃତ ରହିବାକୁ ଅନୁରୋଧ ।
 



Mayfair Lagoon
SOA


AMRI Hospital Bhubaneswar
M/s S N MOHANTY -->

ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2020