ରାଜ୍ୟର ୩୦ ଜିଲ୍ଲାରୁ ୪୧୮୦ ନୂଆ କରୋନା ରୋଗୀ ଚିହ୍ନଟ  ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୭୧,୩୪୧  ନୂଆ ଚିହ୍ନଟଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୨୪୬୬, ଲୋକାଲ କେସ ୧୭୧୪  ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬୮୮ ନୂଆ ରୋଗୀ ଚିହ୍ନଟ  କଟକରୁ ୪୯୨, ଯାଜପୁରରୁ ୧୮୪, ସୁନ୍ଦରଗଡ଼ ଓ ପୁରୀରୁ ୧୬୬କରି, ମୟୂରଭଞ୍ଜ ୧୬୩, ରାୟଗଡ଼ାରୁ ୧୬୦, ଅନୁଗୁଳରୁ ୧୫୫, ବାଲେଶ୍ୱରରୁ ୧୩୩, ଜଗତସିଂହପୁରୁ ୧୨୩, କେନ୍ଦ୍ରାପଡ଼ାରୁ ୧୨୧, ବରଗଡ଼ରୁ ୧୦୦  

ଶପଥ ନେଲେ ନୂଆ ସିଏଜି


ଦେଶର ନୂଆ ମହାଲେଖା ନିୟନ୍ତ୍ରକ ଓ ମହା ସମୀକ୍ଷକ (ସିଏଜି) ଭାବେ ଆଜି ଶପଥ ନେଇଛନ୍ତି ଜାମ୍ମୁ କାଶ୍ମୀରର ପୂର୍ବତନ ଉପରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁ । ରାଷ୍ଟ୍ରପତି ଭବନରେ ଆଜି ଆୟୋଜିତ ଏକ ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଶପଥ ପାଠ କରାଇଛନ୍ତି ।

ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ସମେତ ଅନ୍ୟ ନେତାମାନେ ମଧ୍ୟ ଉପସ୍ଥିତ ଥିଲେ । କରୋନା ମହାମାରୀ ପାଇଁ ଶପଥ ଗ୍ରହଣ ଉତ୍ସବରେ ଖୁବ କମ ଲୋକଙ୍କୁ ଦେଖିବାକୁ ମିଳିଥିବା ବେଳେ ସମସ୍ତେ ସାମାଜିକ ଦୂରତା ରକ୍ଷା କରିବା ସହ ମାସ୍କ ପିନ୍ଧିଥିବା ଦେଖାଯାଇଥିଲା ।

ଶ୍ରୀ ମୁର୍ମୁ ରାଜୀବ ମହର୍ଷିଙ୍କ ସ୍ଥାନରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ୧୯୮୫ ବ୍ୟାଚ ଆଇଏଏସ ଅଫିସର ଶ୍ରୀ ମୁର୍ମୁ ଜାମ୍ମୁ ଓ କଶ୍ମୀର ଉପରାଜ୍ୟପାଳ ପଦରୁ ୫ ତାରିଖରେ ଇସ୍ତଫା ଦେଇଥିଲେ । ତାଙ୍କ ସ୍ଥାନରେ ମନୋଜ ସିହ୍ନାଙ୍କୁ ଜାମ୍ମୁ ଓ କଶ୍ମୀର ଉପରାଜ୍ୟପାଳ ନିଯୁକ୍ତ କରାଯାଇଥିଲା । ଶ୍ରୀ ଗତ ବର୍ଷ ପ୍ରଥମ ଥର ପାଇଁ ନବଗଠିତ ଜାମ୍ମୁ ଓ କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ପ୍ରଥମ ଉପରାଜ୍ୟପାଳ ନିଯୁକ୍ତ ହୋଇଥିଲେ ।

ମୟୂରଭଞ୍ଜ ଜିଲ୍ଲା ବାରିପଦା ବ୍ଲକ ଖଡ଼ିଶୋଳ ଗ୍ରାମ ପଞ୍ଚାୟତ କୁଞ୍ଚିଶୋଳ ଗାଁର ସ୍ୱର୍ଗତ ଭାଗବତ ମୁର୍ମୁ ଓ ପାର୍ବତୀ ମୁର୍ମୁଙ୍କର ୬ ପୁଅ ଏବଂ ୨ ଝିଅଙ୍କ ମଧ୍ୟରୁ ସବା ବଡ଼ପୁଅ ହେଉଛନ୍ତି ଗିରୀଶ । ୨୧ ନଭେମ୍ବର, ୧୯୫୯ରେ ଜନ୍ମଗ୍ରହଣ କରିଥିବା ଗିରୀଶ ନିଜ ଗାଁରୁ ପ୍ରାଥମିକ ଶିକ୍ଷା ଆରମ୍ଭ କରିଥିଲେ ।

ପରେ ବାରିପଦା ଏବଂ ରାଉରକେଲାରେ ଅଧ୍ୟୟନ ପରେ ସେ ଉକ୍ରଳ ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର କରି ଜେଏନୟୁରେ ଉଚ୍ଚଶିକ୍ଷା ଲାଭ କରିଥିଲେ । ୧୯୮୫ରେ ଗିରୀଶ ସିଭିଲ ସର୍ଭିସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଗୁଜୁରାଟ କ୍ୟାଡର ଆଇଏଏସ ଅଧିକାରୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ । ନରେନ୍ଦ୍ର ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଥିବା ବେଳେ ଶ୍ରୀ ମୁର୍ମୁ ପ୍ରଧାନ ସଚିବ ଭାବେ କାର୍ଯ୍ୟ ତୁଲାଇଥିଲେ ।  



Mayfair Lagoon
SOA


AMRI Hospital Bhubaneswar
M/s S N MOHANTY -->

ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2020