ରାଜ୍ୟର ୩୦ ଜିଲ୍ଲାରୁ ୪୧୮୦ ନୂଆ କରୋନା ରୋଗୀ ଚିହ୍ନଟ  ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୭୧,୩୪୧  ନୂଆ ଚିହ୍ନଟଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୨୪୬୬, ଲୋକାଲ କେସ ୧୭୧୪  ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬୮୮ ନୂଆ ରୋଗୀ ଚିହ୍ନଟ  କଟକରୁ ୪୯୨, ଯାଜପୁରରୁ ୧୮୪, ସୁନ୍ଦରଗଡ଼ ଓ ପୁରୀରୁ ୧୬୬କରି, ମୟୂରଭଞ୍ଜ ୧୬୩, ରାୟଗଡ଼ାରୁ ୧୬୦, ଅନୁଗୁଳରୁ ୧୫୫, ବାଲେଶ୍ୱରରୁ ୧୩୩, ଜଗତସିଂହପୁରୁ ୧୨୩, କେନ୍ଦ୍ରାପଡ଼ାରୁ ୧୨୧, ବରଗଡ଼ରୁ ୧୦୦  

ଶହେ ତଳକୁ ଖସିଲା ଗଞ୍ଜାମ


କରୋନାର ଗଡ଼ ପାଲଟିଥିବା ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ସଂକ୍ରମିତଙ୍କ ତାଲିକା ଶହେ ତଳକୁ ଆସିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨୬୭ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମରୁ ମାତ୍ର ୯୭ ପଜିଟିଭ ବାହାରିଛନ୍ତି ।

ତେବେ ତାଲିକାର ଶୀର୍ଷରେ ଖୋର୍ଦ୍ଧା ଜିଲ୍ଲା ତାହାର ଏକ ନମ୍ବର ସ୍ଥାନ ବଜାୟ ରଖିଛି । ଖୋର୍ଦ୍ଧାରୁ ସର୍ବାଧିକ ୮୫୯ ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୮୪, ପୁରୀରୁ ୨୩୫, ଭଦ୍ରକରୁ ୧୩୮, ମୟୂରଭଞ୍ଜରୁ ୧୩୪, ସୁନ୍ଦରଗଡ଼ରୁ ୧୨୭, ବରଗଡ଼ରୁ ୧୨୦ ଓ କେନ୍ଦୁଝରରୁ ୧୦୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ନୂଆ ଆକ୍ରାନ୍ତଙ୍କ ମିଶାଇ ରାଜ୍ୟରେ ମୋଟ୍‍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୧୬,୬୭୮ରେ ପହଞ୍ଚିଥିବା ବେଳେ ଏମାନଙ୍କ ମଧ୍ୟରୁ ୮୭,୩୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୨୮,୭୪୩ ଜଣ ବିଭିନ୍ନ କୋଭିଡ୍‍ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।

ଖୋର୍ଦ୍ଧା ଜିଲ୍ଲା ୧୯,୭୪୦ ସଂକ୍ରମିତଙ୍କ ସହ ସମଗ୍ର ରାଜ୍ୟରେ ପ୍ରଥମ ସ୍ଥାନରେ ଥିବା ବେଳେ ଏଠାରେ ୭୨୦୩ ସକ୍ରିୟ ରୋଗୀ ଅଛନ୍ତି । ଗଞ୍ଜାମ ଜିଲ୍ଲାରେ ମୋଟ୍‍ ସଂକ୍ରମିତଙ୍କ ସଂଖ୍ୟା ୧୮,୪୪୨ ଥିବା ବେଳେ ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୧୦୭୩ ରହିଛି । ତେବେ କରୋନା ମୃତ୍ୟୁ କ୍ଷେତ୍ରରେ ଗଞ୍ଜାମ ଜିଲ୍ଲା ପ୍ରଥମ ସ୍ଥାନରେ ଅଛି ।

ରାଜ୍ୟରେ ମୋଟ୍‍ କରୋନା ମୃତ୍ୟୁସଂଖ୍ୟା ୫୩୧ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ଏହା ୧୯୯, ଖୋର୍ଦ୍ଧାରେ ୭୨, କଟକ ଓ ସୁନ୍ଦରଗଡ଼ରେ ୩୬ କରି, ରାୟଗଡ଼ାରେ ୨୭ ରହିଛି । ବର୍ତ୍ତମାନ ପର୍ଯ୍ୟନ୍ତ ବୌଦ୍ଧ, ଦେବଗଡ଼ ଓ ନୂଆପଡ଼ା ଜିଲ୍ଲାରେ ଗୋଟିଏ ହେଲେ କରୋନା ମୃତ୍ୟୁ ଘଟିନାହିଁ । ଆଜିସୁଦ୍ଧା ରାଜ୍ୟରେ ୧୯,୯୭,୩୪୫ କରୋନା ନମୁନା ପରୀକ୍ଷା ହୋଇଥିବା ବେଳେ ଏଥିମଧ୍ୟରୁ ୫.୮୪ ପ୍ରତିଶତ ପଜିଟିଭ ରହିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।  



Mayfair Lagoon
SOA


AMRI Hospital Bhubaneswar
M/s S N MOHANTY -->

ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2020