ରାଜ୍ୟର ୩୦ ଜିଲ୍ଲାରୁ ୪୧୮୦ ନୂଆ କରୋନା ରୋଗୀ ଚିହ୍ନଟ  ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୭୧,୩୪୧  ନୂଆ ଚିହ୍ନଟଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୨୪୬୬, ଲୋକାଲ କେସ ୧୭୧୪  ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬୮୮ ନୂଆ ରୋଗୀ ଚିହ୍ନଟ  କଟକରୁ ୪୯୨, ଯାଜପୁରରୁ ୧୮୪, ସୁନ୍ଦରଗଡ଼ ଓ ପୁରୀରୁ ୧୬୬କରି, ମୟୂରଭଞ୍ଜ ୧୬୩, ରାୟଗଡ଼ାରୁ ୧୬୦, ଅନୁଗୁଳରୁ ୧୫୫, ବାଲେଶ୍ୱରରୁ ୧୩୩, ଜଗତସିଂହପୁରୁ ୧୨୩, କେନ୍ଦ୍ରାପଡ଼ାରୁ ୧୨୧, ବରଗଡ଼ରୁ ୧୦୦  

କଳାରେ ୬୭.୫୬ ପ୍ରତିଶତ ପାସ୍‍


ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବାର୍ଷିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । 
ଯୁକ୍ତ ୨ କଳା ପରୀକ୍ଷାରେ ସମୁଦାୟ ୬୭.୫୬ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଗତ ବର୍ଷ ଭଳି ଚଳିତ ଥର ମଧ୍ୟ ଛାତ୍ରଙ୍କ ତୁଳନାରେ ଛାତ୍ରୀମାନେ ଭଲ ପ୍ରଦର୍ଶନ କରିଛନ୍ତି । ଆଜି ସିଏଚଏସଇ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ପୁସ୍ତିକା ପ୍ରକାଶ କରିଛନ୍ତି । 

ଚଳିତ ବର୍ଷ ୨ ଲକ୍ଷ ୧୯ ହଜାର ୭୧୬ ଜଣ ଛାତ୍ରଛାତ୍ରୀ ଯୁକ୍ତ୨ କଳା ପରୀକ୍ଷା ଦେଇଥିଲେ । ଏଥିରୁ ୧ ଲକ୍ଷ ୪୮ ହଜାର ୪୫୨ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ମୋଟ ୯୬ ହଜାର ୯୨୧ ଜଣ ଛାତ୍ରଙ୍କ ମଧ୍ୟରୁ ୫୭.୫୩ ପ୍ରତିଶତ ଅର୍ଥାତ ୫୫ ହଜାର ୭୫୬ ଜଣ ପାସ କରିଛନ୍ତି । ୧ ଲକ୍ଷ ୨୨ ହଜାର ୭୯୫ ଜଣ ଛାତ୍ରୀଙ୍କ ମଧ୍ୟରୁ ୭୫.୪୮ ପ୍ରତିଶତ ଅର୍ଥାତ ୯୨ ହଜାର ୬୮୬ ଜଣ ପାସ କରିଛନ୍ତି ।

ପ୍ରଥମ ଶ୍ରେଣୀରେ ୧୪.୯୫ ପ୍ରତିଶତ ଅର୍ଥାତ ୨୨ ହଜାର ୧୯୬ ଜଣ, ଦ୍ୱିତୀୟ ଶ୍ରେଣୀରେ ୧୭.୫୩ ପ୍ରତିଶତ ଅର୍ଥାତ ୨୬ ହଜାର ୨୭ ଜଣ ଓ ତୃତୀୟ ଶ୍ରେଣୀରେ ୬୭.୬୩ ପ୍ରତିଶତ ଅର୍ଥାତ ୧ ଲକ୍ଷ ୧୦୧ ଜଣ ଛାତ୍ରଛାତ୍ରୀ ପାସ କରିଛନ୍ତି । ବରଗଡ଼ ଜିଲ୍ଲାରୁ ସର୍ବାଧିକ ୭୬.୬୩ ପ୍ରତିଶତ ଓ ନବରଙ୍ଗପୁର ଜିଲ୍ଲାରୁ ସର୍ବନିମ୍ନ ୪୪.୬୭ ପ୍ରତିଶତ ପିଲା ପାସ କରିଥିବା ସୂଚନା ରହିଛି । ଚଳିତବର୍ଷ କେବଳ ଜଣେ ପରୀକ୍ଷାର୍ଥୀ ୯୦%ରୁ ଅଧିକ ନମ୍ବର ରଖିଛନ୍ତି । ୧୦ଟି କଲେଜରେ ଶତ ପ୍ରତିଶତ ପରୀକ୍ଷାର୍ଥୀ ପାସ୍ କରିଛନ୍ତି । କୌଣସି କଲେଜରେ ଜିରୋ ରେଜଲ୍ଟ ହୋଇନି ।

ଧନ୍ଦାମୂଳକ ପରୀକ୍ଷାରେ ଚଳିତବର୍ଷ ୭୦୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ସେଥିରୁ ୪୦୪୬ ଜଣ ପାସ୍ କରିଛନ୍ତି । ପାସ୍ ହାର ୫୭.୫୩% ରହିଛି । ଚଳିତବର୍ଷ ୩୭୩୦ ପୁଅ ପରୀକ୍ଷା ଦେଇଥିବା ବେଳେ ୧୯୪୧ ଜଣ ପାସ୍‍ କରିଛନ୍ତି । ପାସ୍ ହାର ୫୨.୦୩% ରହିଛି । ସେହିପରି ୩୩୦୨ ଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ସେଥିରୁ ୨୧୦୫ ଜଣ ଛାତ୍ରୀ ପାସ୍‍ କରିଛନ୍ତି । 



Mayfair Lagoon
SOA


AMRI Hospital Bhubaneswar
M/s S N MOHANTY -->

ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2020