ରାଜ୍ୟର ୩୦ ଜିଲ୍ଲାରୁ ୪୧୮୦ ନୂଆ କରୋନା ରୋଗୀ ଚିହ୍ନଟ  ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୭୧,୩୪୧  ନୂଆ ଚିହ୍ନଟଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୨୪୬୬, ଲୋକାଲ କେସ ୧୭୧୪  ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬୮୮ ନୂଆ ରୋଗୀ ଚିହ୍ନଟ  କଟକରୁ ୪୯୨, ଯାଜପୁରରୁ ୧୮୪, ସୁନ୍ଦରଗଡ଼ ଓ ପୁରୀରୁ ୧୬୬କରି, ମୟୂରଭଞ୍ଜ ୧୬୩, ରାୟଗଡ଼ାରୁ ୧୬୦, ଅନୁଗୁଳରୁ ୧୫୫, ବାଲେଶ୍ୱରରୁ ୧୩୩, ଜଗତସିଂହପୁରୁ ୧୨୩, କେନ୍ଦ୍ରାପଡ଼ାରୁ ୧୨୧, ବରଗଡ଼ରୁ ୧୦୦  

ବିଜେପିର ୩ମାସିଆ ଆନ୍ଦୋଳନ

ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡା ଓଡିଶାରେ ସରକାର ଗଠନ ଲାଗି କାର୍ଯ୍ୟକର୍ତ୍ତାଙ୍କୁ ଆହ୍ୱାନ ଦେବାର ଦିନକ ପରେ ଆଜି ରାଜ୍ୟ ବିଜେପି ପକ୍ଷରୁ ଆଗାମୀ ୩ ମାସ ପାଇଁ ଦଳର ବିଭିନ୍ନ ଆନ୍ଦୋଳନ ଓ କାର୍ଯ୍ୟକ୍ରମ ସଂକ୍ରାନ୍ତରେ ଘୋଷଣା କରାଯାଇଛି ।

ରାଜ୍ୟ କାର୍ଯ୍ୟକାରିଣୀରେ ବିରୋଧୀ ଦଳ ଉପନେତା ବିଧାୟକ ବିଷ୍ନୁ ସେଠୀ ଆଗତ କରିଥିବା ରାଜ୍ୟର ବିଭିନ୍ନ ସମସ୍ୟାକୁ ନେଇ ବିସ୍ତୃତ ଆଲୋଚନା କରାଯାଇଥିଲା । ରାଜ୍ୟ ସରକାରଙ୍କ ଦୁର୍ନୀତିକୁ ନେଇ ବ୍ଲକରୁ ଆରମ୍ବ କରି ଜିଲ୍ଲା ପର୍ଯ୍ୟନ୍ତ ଆନ୍ଦୋଳନ ହେବାର ନିଷ୍ପତି ନିଆଯାଇଛି । କୋଭିଡ୍ ଗାଇଡଲାଇନକୁ ସଂପୂର୍ଣ୍ଣ ରୂପେ ପାଳନ କରାଯାଇ ଆନ୍ଦୋଳନ ହେବ ବୋଲି ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର ସୁଚନା ଦେଇ କହିଛନ୍ତି ।

କାର୍ଯ୍ୟକାରିଣୀର ନିଷ୍ପତି ଅନୁଯାୟୀ, ସେପ୍ଟେମ୍ବର ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ବ୍ଲକରେ ମନରେଗା ଯୋଜନାରେ ଅନିୟମିତତା, ପ୍ରମାଣ ସହ ଦାବୀ ପତ୍ର ପ୍ରଦାନ ସହ ପ୍ରେସ ବାର୍ତା ଜରିଆରେ ସାଧାରଣ ଜନତାଙ୍କ ପାଖକୁ ପହଂଚିବାର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସେପ୍ଟେମ୍ବର ୧୬ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ମନରେଗା ଯୋଜନାରେ ଅନିମିତତାକୁ ନେଇ ପ୍ରତ୍ୟେକ ଜିଲ୍ଲା ସ୍ତରରେ ଆନ୍ଦୋଳନ କରାଯିବା ସହ ଜିଲ୍ଲାପାଳମାନଙ୍କୁ ଦାବୀ ପତ୍ର ପ୍ରଦାନ କରାଯିବ ।

ସେହିପରି ସେପ୍ଟେମ୍ବର ୨୦ ତାରିଖରୁ ୩୦ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ କୋଭିଡ ପରିଚାଳନାଗତ ତୃଟି ସମ୍ବନ୍ଧୀୟ ବିଷୟକୁ ନେଇ ଦାବୀପତ୍ର ପ୍ରଦାନ କରାଯିବ । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ଓ ଅନିୟମିତତାକୁ ନେଇ ଅକ୍ଟୋବର ୧ ରୁ ୧୫ ପର୍ଯ୍ୟନ୍ତ ସମସ୍ତ ବ୍ଲକରେ ଦାବୀପତ୍ର ପ୍ରଦାନ କରାଯିବ । ଅକ୍ଟୋବର ୧୬ରୁ ୨୦ ପର୍ଯ୍ୟନ୍ତ ଜିଲ୍ଲାସ୍ତରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଅନିୟମିତତା ପ୍ରମାଣ ସହ ସ୍ଥାନୀୟ ଜିଲ୍ଲାପାଳମାନଙ୍କୁ ଦାବିପତ୍ର ପ୍ରଦାନ କରାଯିବ ।

ଏହି ସମୟରେ ପିଡିଏସ ସ୍କିମ ଜରିଆରେ ଆସିଥିବା ଚାଉଳ ଓ ଡାଲିର ବଂଟନ ଅନିୟମିତତା ନେଇ ବ୍ଲକ କାର୍ଯ୍ୟାଳୟରେ ଦାବୀପତ୍ର ପ୍ରଦାନ କରାଯିବ । ଜଳବନ୍ଦୀ ଚାଷ ଅଂଚଳ ଓ ସାର ତଥା କୃଷକ ସମସ୍ୟା ନେଇ ଆନ୍ଦୋଳନ କରାଯିବ । ସେହିପରି କାଂପା ଫଣ୍ଡ୍, ଡିଏମ୍ଏଫ୍ ଫଣ୍ଡ୍, ଓ.ଏମ୍.ବି.ଏ.ଆର୍.ଡି.ସି., ଚତୁର୍ଦ୍ଦଶ ଅର୍ଥ କମିଶନର ଅର୍ଥ ପ୍ରସଙ୍ଗରେ ଆନ୍ଦୋଳନ କରାଯିବାର ନିଷ୍ପତି ଗ୍ରହଣ ହୋଇଛି ବୋଲି ଶ୍ରୀ ବକ୍ସିପାତ୍ର ସୁଚନା ଦେଇ କହିଛନ୍ତି ।
 



Mayfair Lagoon
SOA


AMRI Hospital Bhubaneswar
M/s S N MOHANTY -->

ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2020