ରାଜ୍ୟର ୩୦ ଜିଲ୍ଲାରୁ ୪୧୮୦ ନୂଆ କରୋନା ରୋଗୀ ଚିହ୍ନଟ  ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୭୧,୩୪୧  ନୂଆ ଚିହ୍ନଟଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୨୪୬୬, ଲୋକାଲ କେସ ୧୭୧୪  ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬୮୮ ନୂଆ ରୋଗୀ ଚିହ୍ନଟ  କଟକରୁ ୪୯୨, ଯାଜପୁରରୁ ୧୮୪, ସୁନ୍ଦରଗଡ଼ ଓ ପୁରୀରୁ ୧୬୬କରି, ମୟୂରଭଞ୍ଜ ୧୬୩, ରାୟଗଡ଼ାରୁ ୧୬୦, ଅନୁଗୁଳରୁ ୧୫୫, ବାଲେଶ୍ୱରରୁ ୧୩୩, ଜଗତସିଂହପୁରୁ ୧୨୩, କେନ୍ଦ୍ରାପଡ଼ାରୁ ୧୨୧, ବରଗଡ଼ରୁ ୧୦୦  

ଶପଥ ନେଲେ ନୂଆ ସୂଚନା କମିଶନର

ରାଜ୍ୟ ସୂଚନା କମିଶନର ଭାବେ ଦିଲ୍ଲୀପ କୁମାର ବିଶୋଇ ଓ ବିକ୍ରମ ସେନାପତି ଆଜି ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସୂଚନା କମିଶନର ଦ୍ୱୟଙ୍କୁ ଶପଥପାଠ କରାଇଛନ୍ତି ।

ଆଜି ରାଜଭବନର ଅଭିଷେକ ହଲରେ ଏହି ଶପଥପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ତଥା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ସୂଚନା କମିଶନରଙ୍କ ନିଯୁକ୍ତି ସମ୍ପର୍କିତ ରାଜ୍ୟପାଳଙ୍କ ନିର୍ଦ୍ଦେଶନାମା ପାଠକରିବାପରେ ରାଜ୍ୟପାଳ ନୂତନ କମିଶନର ଦ୍ୱୟଙ୍କୁ ଶପଥ ପାଠ କରାଇଥିଲେ ।

ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ରାଜ୍ୟ ମୁଖ୍ୟ ସୂଚନା କମିଶନର ସୁନୀଲ କୁମାର ମିଶ୍ର, ରାଜ୍ୟ ସୂଚନା କମିଶନର ବାଳକୃଷ୍ଣ ମହାପାତ୍ର, ରାଜ୍ୟପାଳଙ୍କ ସଚିବ ଡାକ୍ତର ପ୍ରମୋଦ କୁମାର ମେହେର୍ଦ୍ଦା, ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ବୈଷୟିକ ନିର୍ଦ୍ଦେଶକ ନିରଞ୍ଜନ ସେଠୀ ଓ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।
 



Mayfair Lagoon
SOA


AMRI Hospital Bhubaneswar
M/s S N MOHANTY -->

ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2020