ରାଜ୍ୟର ୩୦ ଜିଲ୍ଲାରୁ ୪୧୮୦ ନୂଆ କରୋନା ରୋଗୀ ଚିହ୍ନଟ  ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୭୧,୩୪୧  ନୂଆ ଚିହ୍ନଟଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୨୪୬୬, ଲୋକାଲ କେସ ୧୭୧୪  ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬୮୮ ନୂଆ ରୋଗୀ ଚିହ୍ନଟ  କଟକରୁ ୪୯୨, ଯାଜପୁରରୁ ୧୮୪, ସୁନ୍ଦରଗଡ଼ ଓ ପୁରୀରୁ ୧୬୬କରି, ମୟୂରଭଞ୍ଜ ୧୬୩, ରାୟଗଡ଼ାରୁ ୧୬୦, ଅନୁଗୁଳରୁ ୧୫୫, ବାଲେଶ୍ୱରରୁ ୧୩୩, ଜଗତସିଂହପୁରୁ ୧୨୩, କେନ୍ଦ୍ରାପଡ଼ାରୁ ୧୨୧, ବରଗଡ଼ରୁ ୧୦୦  

୫୬ଟି ସିଏନଜି ଷ୍ଟେସନ ଲୋକାର୍ପିତ


ଦେଶର ତୈଳ ଏବଂ ଗ୍ୟାସ ରାଷ୍ଟ୍ରାୟାତ୍ତ ଉଦ୍ୟୋଗ (ପିଏସୟୁ) ଓ ସେମାନଙ୍କ ଯୌଥ ଉଦ୍ୟୋଗ ସାହାଯ୍ୟରେ ଗ୍ୟାସ ଆଧାରିତ ଭିତ୍ତିଭୂମି ନିର୍ମାଣ ଦିଗରେ ଭାରତ ଅଗ୍ରସର ବୋଲି ଆଜି ଭିଡିଓ କନଫରେନ୍ସିଂ ଯୋଗେ ରାଷ୍ଟ୍ର ଉଦ୍ଦେଶ୍ୟରେ ୫୬ଟି ସିଏନଜି ଷ୍ଟେସନ ଲୋକାର୍ପଣ କରିବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜଳବାୟୁ ନ୍ୟାୟକୁ ନିଶ୍ଚିତ କରିବା ଓ ସମସ୍ତଙ୍କ ପାଇଁ ସୁଲଭ ମୂଲ୍ୟରେ ସ୍ୱଚ୍ଛ ଇନ୍ଧନ ଯୋଗାଇଦେବା ପାଇଁ ଦୃଢ ନିଶ୍ଚିତ । ଆଜି ରାଷ୍ଟ୍ର ଉଦ୍ଦେଶ୍ୟରେ ଅନେକ ସିଏନଜି ଷ୍ଟେସନ ଲୋକାର୍ପିତ କରାଯାଇଛି । ସେ କହିଛନ୍ତି ଆଗାମୀ ଦିନରେ ଭାରତକୁ ଗ୍ୟାସ ଆଧାରିତ
ଅର୍ଥନୀତିରେ ପରିଣତ କରାଯିବା ପାଇଁ ଚେଷ୍ଟା କରାଯାଉଛି ।

ଦେଶର ୫ କୋଟି ଘରକୁ ପାଇପ ଯୋଗେ୍ ପ୍ରାକୃତିକ ଗ୍ୟାସ ପହଞ୍ଚାଇବାର ଲକ୍ଷ୍ୟ ରଖାଯାଇଛି । ସେହିପରି ସ୍ୱର୍ଣ୍ଣ ଚତୁର୍ଭୁଜରେ ୧୦୦ ଏଲଏନଜି ଷ୍ଟେସନ ପ୍ରତିଷ୍ଠା କରିବାକୁ ହୋଇଥିବା ଯୋଜନା ସ୍ୱଚ୍ଛ ଇନ୍ଧନ ବ୍ୟବହାରରେ ନୂଆ ମାପଦଣ୍ଡ ଆଣିବ । ଏହାସହ ସାରା ଦେଶରେ ୫୦୦୦ କମ୍ପ୍ରେସଡ୍ ବାୟୋ ଗ୍ୟାସ ପ୍ଲାଂଟ୍ ପ୍ରତିଷ୍ଠା କରିବା ଦିଗରେ ଭାରତ ସରକାର ଅଗ୍ରସର ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

ଭାରତ ସରକାର ପ୍ରାକୃତିକ ଗ୍ୟାସକୁ ପ୍ରୋତ୍ସାହନ ଦେବା ଦିଗରେ କାମ କରୁଛନ୍ତି । ୨୦୩୦ ସୁଦ୍ଧା ପ୍ରାକୃତିକ ଗ୍ୟାସର ସେୟାରକୁ ବର୍ତ୍ତମାନର ୬.୩ ପ୍ରତିଶତରୁ ୧୫ ପ୍ରତିଶତ କରାଯିବାର ଲକ୍ଷ୍ୟ ରଖାଯାଇଛି । ବର୍ତ୍ତମାନ ଦେଶରେ ପ୍ରାୟ ୧୭ ହଜାର କିମି ଲମ୍ବ ଗ୍ୟାସ ପାଇପ ଲାଇନର ନିର୍ମାଣ କାମ ଚାଲୁଅଛି । ପରିବେଶ ସହଯୋଗୀ ଇନ୍ଧନ ଉପଲବ୍ଧ କରିବା ପାଇଁ ସିଜିଡି ନେଟୱାର୍କର ସଂପ୍ରସାରଣକରାଯାଉଛି ।

ଘର, ଶିଳ୍ପ ଏବଂ ବାଣିଜ୍ୟିକ କେନ୍ଦ୍ର ଏବଂ ସିଏନଜି ପରିବହନ କ୍ଷେତ୍ର ପାଇଁ ପ୍ରାକୃତିକ ଗ୍ୟାସ ଯୋଗାଯାଉଛି । କମ୍ପ୍ରେସଡ୍ ବାୟୋ-ଗ୍ୟାସ(ସିବିଜି) ଏବଂ ଜୈବଖତ ଉତ୍ପାଦନ କରି ଉଦ୍ୟମୀମାନଙ୍କୁ ପ୍ରୋତ୍ସାହନ ଦେବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛି ।

ଶ୍ରୀ ପ୍ରଧାନ କହିଛନ୍ତି ଚୀନ ଏବଂ ଆମେରିକା ପରେ ଦ୍ୱିତୀୟ ବୃହତ୍ତମ ଜନସଂଖ୍ୟା ଆଧାରରେ ଭାରତ ତୃତୀୟ ସର୍ବବୃହତ ଉର୍ଜା ଉପଭୋକ୍ତା ରାଷ୍ଟ୍ର । ବିଶ୍ୱରେ ଅଧିକ ଉର୍ଜା ବ୍ୟବହାର କରିଥିବା କ୍ଷେତ୍ରରେ ଭାରତରେ ଉର୍ଜା ଉପଭୋକ୍ତା ଏବଂ ଉର୍ଜା ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଉଛି । ଦେଶର ପ୍ରଦୂଷଣକୁ ହ୍ରାସ କରିବା ଦିଗରେ ଦେଶର ପ୍ରଧାନମନ୍ତ୍ରୀ କାର୍ଯ୍ୟ କରୁଛନ୍ତି । ଉର୍ଜା ବ୍ୟବସାୟରେ ନୂଆ ନିବେଶକଙ୍କ ପାଇଁ ନୀତି ସଂସ୍କାର ଅଣାଯାଇଛି ।

ଏହି ଅବସରରେ ଶ୍ରୀ ପ୍ରଧାନ ମାର୍କେଟିଂ କମ୍ପାନୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି କାମ କରିବା ପାଇଁ ଆହ୍ୱାନ କରିଛନ୍ତି । ଏହା ଦ୍ୱାରା ଉର୍ଜା କ୍ଷେତ୍ରରେ ଅଧିକ ପ୍ରତିଯୋଗିତା ବଢିବ ଏବଂ ଉପଭୋକ୍ତାଙ୍କ ପାଇଁ ସଠିକ୍ ମୂଲ୍ୟ ନିର୍ଣ୍ଣୟ କରିବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି । 



Mayfair Lagoon
SOA


AMRI Hospital Bhubaneswar
M/s S N MOHANTY -->

ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2020