ରାଜ୍ୟର ୩୦ ଜିଲ୍ଲାରୁ ୪୧୮୦ ନୂଆ କରୋନା ରୋଗୀ ଚିହ୍ନଟ  ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୭୧,୩୪୧  ନୂଆ ଚିହ୍ନଟଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୨୪୬୬, ଲୋକାଲ କେସ ୧୭୧୪  ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬୮୮ ନୂଆ ରୋଗୀ ଚିହ୍ନଟ  କଟକରୁ ୪୯୨, ଯାଜପୁରରୁ ୧୮୪, ସୁନ୍ଦରଗଡ଼ ଓ ପୁରୀରୁ ୧୬୬କରି, ମୟୂରଭଞ୍ଜ ୧୬୩, ରାୟଗଡ଼ାରୁ ୧୬୦, ଅନୁଗୁଳରୁ ୧୫୫, ବାଲେଶ୍ୱରରୁ ୧୩୩, ଜଗତସିଂହପୁରୁ ୧୨୩, କେନ୍ଦ୍ରାପଡ଼ାରୁ ୧୨୧, ବରଗଡ଼ରୁ ୧୦୦  

୧୫ ଯାଏଁ ବର୍ଷିବ


ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆନ୍ଧ୍ର ଉପକୂଳରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଏ ନେଇ ସ୍ୱତନ୍ତ୍ର ରିଲିଫ୍‍ କମିଶନରଙ୍କ ପକ୍ଷରୁ ଆଜି ସତର୍କ ସୂଚନା ଜାରି ହୋଇଛି ।

ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଅନୁଗୁଳ, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ । ଏଥିସହିତ କଳାହାଣ୍ଡି, ବଲାଙ୍ଗୀର, ସୋନପୁର, କନ୍ଧମାଳ ଓ ସମ୍ବଲପୁର ଜିଲ୍ଲାରେ ମଧ୍ୟ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

୧୨ ତାରିଖ ଦିନ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୩ ତାରିଖ ଦିନ ଘଡ଼ଘଡ଼ି ସହ ବର୍ଷା ଲାଗି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ କଳାହାଣ୍ଡି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୪ ତାରିଖ ଦିନ ମାଲକାନଗିରି, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ଗଜପତି, ଗଞ୍ଜାମ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ସମସ୍ତ ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୧୫ ତାରିଖ ଦିନ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସଆରସି ଦପ୍ତର ଏହିସବୁ ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି । ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକରେ ସତର୍କ ଦୃଷ୍ଟି ରଖିବା ଲାଗି ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ।  



Mayfair Lagoon
SOA


AMRI Hospital Bhubaneswar
M/s S N MOHANTY -->

ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2020