ସମସ୍ତ ପାଠକ ପାଠିକା ମାନଙ୍କୁ ଇଂରାଜୀ ନବବର୍ଷ ୨୦୨୧ର ହାର୍ଦ୍ଦିକ ଅଭିନନ୍ଦନ  

ହଟିବ ବିଜୁଙ୍କ ସମାଧି


ପୁରୀ ସ୍ୱର୍ଗଦ୍ୱାରରେ ଥିବା ବିଜୁ ପଟ୍ଟନାୟକଙ୍କ ସମାଧିସ୍ଥଳ ହଟିବ । ସେହି ସ୍ଥାନଟି ଓଡିଶାବାସୀଙ୍କ ସେବାରେ ଲାଗିବ । ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ହୋଇଛି ।

ଏଥି ସହିତ ଫନିରେ କ୍ଷତିଗ୍ରସ୍ତ ସ୍ୱର୍ଗଦ୍ୱାରର ବିକାଶ ଲାଗି ୫କୋଟି ଟଙ୍କା ବ୍ୟୟ ହେବ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ଭରଣା ହେବାକୁ ଥିବାବେଳେ ଫୋନିକ୍ସ ଫାଉଣ୍ଡେସନ ସହାୟତାରେ ଏହି କାର୍ଯ୍ୟ ହେବ । ତେବେ ୬ମାସ ମଧ୍ୟରେ କାର୍ଯ୍ୟ ସାରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସ୍ୱର୍ଗଦ୍ୱାରରେ ଶବଦାହ ଠାରୁ ଆରମ୍ଭ କରି ଶବ ବାହକମାନଙ୍କ ସୁବିଧାପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ରହିବ । ସବୁ ଋତୁରେ ସୁବିଧାରେ ଶବଦାହ ପାଇଁ ଏଠାରେ ବ୍ୟବସ୍ଥା କରାଯିବ । ଶବବାହକମାନଙ୍କ ସୁବିଧା ପାଇଁ ବିଶ୍ରାମ କକ୍ଷ ସହିତ ବ୍ୟାପକ ବୃକ୍ଷରୋପଣ କରାଯିବ । ଅସ୍ଥି ସଂଗ୍ରହ ଏବଂ ଏହାର ସଂରକ୍ଷଣ ପାଇଁ ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା ହେବ । ସ୍ୱର୍ଗଦ୍ୱାରର ବିକାଶରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ।

ଆଜିର ଏହି ବୈଠକରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା, କ୍ରୀଡାମନ୍ତ୍ରୀ ତୁଷାର କାନ୍ତି ବେହେରା, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସମେତ ପୁରୀ ଜିଲ୍ଲାପାଳ ଓ ଫୋନେକ୍ସ ଫାଉଣ୍ଡେସନର ଅଧ୍ୟକ୍ଷ ପ୍ରମୁଖ ଉପସ୍ଥିତ ଥିଲେ ।  



Mayfair Lagoon
SOA


AMRI Hospital Bhubaneswar
M/s S N MOHANTY -->

ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2021