ସମସ୍ତ ପାଠକ ପାଠିକା ମାନଙ୍କୁ ଇଂରାଜୀ ନବବର୍ଷ ୨୦୨୧ର ହାର୍ଦ୍ଦିକ ଅଭିନନ୍ଦନ  

ଗଞ୍ଜାମରେ ସର୍ବାଧିକ ଶିକ୍ଷିତ ବେକାର


ରାଜ୍ୟର ସବୁଠାରୁ ଅଧିକ ଶିକ୍ଷିତ ବେକାର ଯୁବକ ଯୁବତୀ ଗଞ୍ଜାମ ଜିଲ୍ଲାରେ ରହିଛନ୍ତି । ଜିଲ୍ଲା ନିୟୋଜନ କାର୍ଯ୍ୟାଳୟରେ ପଞ୍ଜିକୃତ ଜୀବନ୍ତ ତାଲିକାରେ ୫୫,୫୫୬ ଜଣଙ୍କ ନାମ ରହିଛି ।

ବିଜେପି ବିଧାୟିକା କୁସୁମ ଟେଟେଙ୍କ ଏକ ପ୍ରଶ୍ନର ଉତ୍ତରରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଆଜି ବିଧାନସଭାରେ ଏହି ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଯେ ରାଜ୍ୟର ବିଭିନ୍ନ ଜିଲ୍ଲା ନିୟୋଜନ କାର୍ଯ୍ୟାଳୟରେ ୯,୨୧,୪୪୮ ଜଣ ଯୁବକ ଯୁବତୀ ନାମ ପଞ୍ଜିକରଣ କରି ଅଛନ୍ତି । ଏମାନଙ୍କ ମଧ୍ୟରେ ସର୍ବାଧିକ ଗଞ୍ଜାମ ଜିଲ୍ଲାରେ ।

ରାଜ୍ୟ ଦକ୍ଷତା ବିକାଶ କର୍ତ୍ତୃପକ୍ଷଙ୍କ ଦ୍ୱାରା ପରିଚାଳିତ ନିଯୁକ୍ତି ଭିତ୍ତିକ ତାଲିମ କାର୍ଯ୍ୟକ୍ରମ ମାଧ୍ୟମ ଦ୍ୱାରା ୨୦୧୧-୧୨ରୁ ୨୦୧୯-୨୦ ପର୍ଯ୍ୟନ୍ତ ୯୦,୮୯୦ ଜଣଙ୍କୁ ତାଲିମ ପ୍ରଦାନ କରାଯାଇ ଏମାନଙ୍କ ମଧ୍ୟରୁ ୨୦,୫୦୭ ଜଣଙ୍କୁ ନିଯୁକ୍ତି ଦିଆଯାଇଛି । ସେହିଭଳି ୨୦୧୪-୧୫ ଆର୍ଥିକ ବର୍ଷରେ ଆରମ୍ଭ ହୋଇଥିବା ମୁଖ୍ୟମନ୍ତ୍ରୀ ନିଯୁକ୍ତି ପ୍ରଦାନ ଯୋଜନା (ସିଏମ୍‍ଇଜିପି) ଅଧୀନରେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ସୁଦ୍ଧା ୧୧,୩୨,୪୨୮ ଜଣ ଯୁବକ ଯୁବତୀଙ୍କୁ ଦକ୍ଷତା ବିକାଶ ତାଲିମ ଦିଆଯାଇ ଆତ୍ମନିଯୁକ୍ତି କରାଯାଇଛି ।

ବେକାର ଯୁବକ ଯୁବତୀମାନଙ୍କ ଲାଗି ଅଧିକରୁ ଅଧିକ ନିଯୁକ୍ତି ସୃଷ୍ଟି ପାଇଁ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳାମାନ ଆୟୋଜନ ହେଉଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟର ୩୦ଟି ଜିଲ୍ଲାରେ ୨୧୭ଟି ନିଯୁକ୍ତି ମେଳାରେ ୫,୭୧,୯୫୩ ଜଣ ଯୁବକ ଯୁବତୀ ଅଂଶଗ୍ରହଣ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୧,୧୫,୬୯୮ ଜଣଙ୍କୁ ନିଯୁକ୍ତି ଦିଆଯାଇଛି । ଏହି ନିଯୁକ୍ତି ମେଳାରେ ଅଂଶଗ୍ରହଣ ଲାଗି କୌଣସି ଅର୍ଥ ନିଆଯାଉନାହିଁ ବୋଲି ମନ୍ତ୍ରୀ ଶ୍ରୀ ନାୟକ ଦର୍ଶାଇଛନ୍ତି ।  



Mayfair Lagoon
SOA


AMRI Hospital Bhubaneswar
M/s S N MOHANTY -->

ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2021