ରାଜ୍ୟର ୩୦ ଜିଲ୍ଲାରୁ ୪୧୮୦ ନୂଆ କରୋନା ରୋଗୀ ଚିହ୍ନଟ  ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୭୧,୩୪୧  ନୂଆ ଚିହ୍ନଟଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୨୪୬୬, ଲୋକାଲ କେସ ୧୭୧୪  ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬୮୮ ନୂଆ ରୋଗୀ ଚିହ୍ନଟ  କଟକରୁ ୪୯୨, ଯାଜପୁରରୁ ୧୮୪, ସୁନ୍ଦରଗଡ଼ ଓ ପୁରୀରୁ ୧୬୬କରି, ମୟୂରଭଞ୍ଜ ୧୬୩, ରାୟଗଡ଼ାରୁ ୧୬୦, ଅନୁଗୁଳରୁ ୧୫୫, ବାଲେଶ୍ୱରରୁ ୧୩୩, ଜଗତସିଂହପୁରୁ ୧୨୩, କେନ୍ଦ୍ରାପଡ଼ାରୁ ୧୨୧, ବରଗଡ଼ରୁ ୧୦୦  

ଶ୍ରୀଲିଙ୍ଗରାଜ ମନ୍ଦିର ପାଇଁ ପ୍ୟାକେଜ

ଲିଙ୍ଗରାଜ ମନ୍ଦିରର ଉନ୍ନତି ଓ ସୌନ୍ଦର୍ୟ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି । ତଦନୁଯାୟୀ ଶ୍ରୀଜଗନ୍ନାଥ ମନ୍ଦିର ଢାଞ୍ଚାରେ ଶ୍ରୀଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଆଇନ ପ୍ରଣୟନ କରାଯିବ ।

ରାଜ୍ୟ ସରକାର ୬୬ ଏକର ପରିବ୍ୟାପ୍ତ ଏହି ଏକାମ୍ରକ୍ଷେତ୍ର ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି । ଏହା ଅଧିନରେ ସୁଦୃଶ୍ୟ ପ୍ରବେଶ ପଥ, ବିନ୍ଦୁସାଗର ପୁନରୁଦ୍ଧାର ଯୋଜନାରେ ଭିବିନ୍ନ ଐତିହ୍ୟ ପୁଷ୍କରିଣୀର ପୁନଃରୁଦ୍ଧାର, ଅତ୍ୟାଧୁନିକ ପାର୍କିଂ, ଲିଙ୍ଗରାଜ ଐତିହ୍ୟ ପ୍ରକଳ୍ପ ,କେଦାରଗୌରୀ ଓ ମୁକ୍ତେଶ୍ୱର ପରିସରର ବିକାଶ ଓ ବିଭିନ୍ନ ସୁବିଧା ସୁଯୋଗ । e-auto programme ଐତିହ୍ୟ ବ୍ୟାଖ୍ୟାନ କେନ୍ଦ୍ର ଏବଂ ଥଇଥାନ ଆଦି ୯ଟି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ।

ବିନ୍ଦୁସାଗର ଜଳକୁ ପରିଷ୍କାର କରିବା ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ଗ୍ରହଣ କରାଯିବ ଏବଂ ତାସହିତ କେଦାଗୌରୀ, ପାପନାସିନୀ, ଗୋଦାବରୀ, କୋଟିତୀର୍ଥ , ଗଙ୍ଗାଯମୁନା ଏବଂ ଦେବୀପାଦହରା ଐତିହ୍ୟ ପୁଷ୍କରିଣୀର ଓ ସଂରକ୍ଷମ କରାଯିବ । ଶ୍ରୀ ଲିଙ୍ଗରାଜ ମନ୍ଦିରର ନିରାପତ୍ତାକୁ ଆହୁରି ସୁଦୃଢ କରାଯିବ ।
ଏହି ଯୋଜନା ଦ୍ୱାରା ଜୀବିକା ହରାଉଥିବା ଉଠାଦୋକାନୀ ମାନଙ୍କୁ ଦୁଇଟି କିସ୍ତିରେ ୩୦ ହଜାର ଟଙ୍କା ଏକକାଳୀନ ସହାୟତା ଦିଆଯିବ ଏବଂ ଭେଣ୍ଡଂ ଜୋନ କରାଯାଇ ସେମାନଙ୍କୁ ଥଇଥାନ କରାଯିବ ।

ପକ୍କା ଘରେ ଥିବା ଦୋକାନ ଘର ଉଚ୍ଛେଦ ନିମନ୍ତେ ବ୍ୟବସାୟୀଙ୍କୁ ୧୨ ମାସ ନିମନ୍ତେ ମାସିକ ୧୦ ହଜାର ଟଙ୍କା ଲେଖାଏ ସହାୟତା ଦିଆଯିବ ଏବଂ ପରବର୍ତ୍ତୀ ସମୟରେ ବି.ଏମ.ସି ପର୍ଯ୍ୟଟନ ବିଭାଗ ଦ୍ୱାରା ନିର୍ମିତ ମାର୍କେଟରେ ଅଥବା ନୂତନ ମାର୍କେଟ କମ୍ପେ୍ଲକସ ନିର୍ମାଣ କରାଯାଇ ସେମାନଙ୍କୁ ଥଇଥାନ କରାଯିବ । ସ୍ଥିତିବାନ ଆବାସିକ ଗୃହ/ବ୍ୟବସାୟିକ ଗୃହ ଉଚ୍ଛେଦ କ୍ଷେତ୍ରରେ କ୍ଷତିଗ୍ରସ୍ତଙ୍କ ସହିତ ଆଲୋଚନା କରାଯାଇ ନିୟମ ଅନୁସାରେ କ୍ଷତିପୂରଣ ଦିଆଯାବ ।

ଏହି ଯୋଜନାରେ ଶ୍ରୀଲିଙ୍ଗରାଜ ଥାନା ଓ ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ଅଫିସ ଅନ୍ୟତ୍ର ସ୍ଥାନାନ୍ତର କରାଯିବ । ଟ୍ରାଫିକ ହ୍ରାସ ଓ ଯାତାୟତର ସୁବିଧା ପାଇଁ ତାଳେଶ୍ୱର ଛକ ଠାରୁ ବଢେଇବାଙ୍କ ଛକ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରାଯିବ । ଚାରିଗୋଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା ମଧ୍ୟ କରାଯିବ । ଶ୍ରୀ ଲିଙ୍ଗରାଜ ମନ୍ଦିର ସମ୍ମୁଖ ଭାଗରେ ଉଦ୍ୟାନ ନିର୍ମାଣ ସହିତ ଏହାର ସୌନ୍ଦର୍ଯ୍ୟକରଣ କରାଯିବ ଏବଂ ମନ୍ଦିର ଚାରି ପାଖରେ ପରିକ୍ରମା ପଥ ନିର୍ମାଣ କରାଯିବ । ମନ୍ଦିର ସମ୍ମୁଖ ରାସ୍ତାରେ ଯାନବାହାନ ଚଳାଚଳ ସଂପୂର୍ଣ୍ଣ ନିଷିଧ କରାଯିବ । ଶ୍ରୀ ଲିଙ୍ଗରାଜ ଐତିହ୍ୟ ପ୍ରକଳ୍ପ ଅଧିନରେ ଭକ୍ତ ମାନେ ଯେପରି ସୁବିଧାରେ ଦର୍ଶନ ପରିପାରିବେ । ସେଥିପାଇଁ ବ୍ୟବସ୍ଥା କରାଯିବ । ପର୍ଯ୍ୟଟକ ମାନଙ୍କ ପାଇଁ ବିଭିନ୍ନ ପ୍ରକାର ସୁବିଧା ସୁଯୋଗର ବିକାଶ କରାଯିବ ।

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଲିଙ୍ଗରାଜ ମନ୍ଦିରର ବିକାଶ ସଂପର୍କରେ ଆଲୋଚନା ହୋଇଥିଲା । ଏହି ବୈଠକରେ ମନ୍ତ୍ରୀ ପ୍ରତାପ ଜେନା,ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ପୂର୍ତ୍ତ ସଚିବ ଡକ୍ଟର କ୍ରିଷନ କୁମାର, ବିଏମ୍‍ସି କମିଶନର ପ୍ରେମଚନ୍ଦ ଚୌଧୁରୀ ଓ ମ୍ୟୁନିସପାଲ କମିଶନର ପ୍ରମୁଖ ଉପସ୍ଥିତ ଥିଲେ । 



Mayfair Lagoon
SOA


AMRI Hospital Bhubaneswar
M/s S N MOHANTY -->

ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2020