
ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଯୋଗୁ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଗଜପତି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୪ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା ବେଳେ ବାଲେଶ୍ୱର, ଭଦ୍ରକ, ରାୟଗଡ଼ା, ଗଜପତି ଓ କୋରାପୁଟ ଜିଲ୍ଲାରେ ସ୍ଥାନେ ସ୍ଥାନେ ବର୍ଷା ସମ୍ଭାବନା ରହିଛି ।
ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ୪ ତାରିଖ ଦିନ ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୂଆପଡ଼ା ଓ ବରଗଡ଼ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ୫ ତାରିଖ ଦିନ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କନ୍ଧମାଳ ଓ ନୟାଗଡ଼ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସହିତ ଘଡ଼ଘଡ଼ି ସହ ବର୍ଷା ହେବ ।
ସେହିଭଳି ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଞ୍ଜାମ, ଗଜପତି, ରାୟଗଡ଼ା ଓ ଖୋର୍ଦ୍ଧା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ସହିତ ବର୍ଷାର ସମ୍ଭାବନା ଥିବା କୁହାଯାଇଛି । ୬ ତାରିଖ ଦିନ ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ଅନୁଗୁଳ, କନ୍ଧମାଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଢେଙ୍କାନାଳ ଏବଂ କଟକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସହିତ ଘଡ଼ଘଡ଼ି ଓ ବର୍ଷା ସମ୍ଭାବନା ରହିଛି ।
୭ ତାରିଖ ଦିନ କନ୍ଧମାଳ, ନୟାଗଡ଼, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଢେଙ୍କାନାଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସହିତ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ତେବେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଦିନ ଓ ରାତିର ତାପମାତ୍ରାରେ ସେଭଳି ବଡ଼ଧରଣର ପରିବର୍ତ୍ତନ ହେବ ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।