ସମସ୍ତ ପାଠକ ପାଠିକା ମାନଙ୍କୁ ଇଂରାଜୀ ନବବର୍ଷ ୨୦୨୧ର ହାର୍ଦ୍ଦିକ ଅଭିନନ୍ଦନ  

ପକ୍କାଘର ପାଇଁ ଯୋଗ୍ୟତା କାର୍ଡ


ପକ୍କାଘର ପାଇବାକୁ ଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ରାଜ୍ୟ ସରକାର ‘ଯୋଗ୍ୟତା କାର୍ଡ’ ପ୍ରଦାନ କରିବେ । ପଞ୍ଚାୟତିରାଜ ଦିବସରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଡ ବଣ୍ଟନ ଯୋଜନାର ଶୁଭାରମ୍ଭ କରିବେ ଏବଂ ଏହା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି । 

ଯୋଗ୍ୟତା କାର୍ଡ ସକ୍ରାନ୍ତରେ ସୂଚନା ଦେଇ ଶ୍ରୀ ଜେନା କହିଛନ୍ତି ଯେ ରାଜ୍ୟରେ ଘର ପାଇବାକୁ ଥିବା ସମସ୍ତ ହିତାଧିକାରୀଙ୍କୁ ଚିହ୍ନଟ କରି ଏଭଳି କାର୍ଡ ପ୍ରଦାନ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେବାପରେ ମାର୍ଚ୍ଚ ୫ ତାରିଖରୁ କାର୍ଡ ବଣ୍ଟନ ପ୍ରକ୍ରିୟା ଆରମ୍ଭ ହେବ । ବିଡିଓମାନେ ଏଥିପାଇଁ ବ୍ଲକ, ପଞ୍ଚାୟତ ଓ କ୍ଲଷ୍ଟର ସ୍ତରରେ କ୍ୟାମ୍ପମାନ ଆୟୋଜନ କରିବେ ।

କାର୍ଡ ବଣ୍ଟନ ଲାଗି ହୋଇଥିବା ନିଷ୍ପତ୍ତି ଅନୁଯାୟୀ ୫୦ଟି ବିଧାନସଭା କ୍ଷେତ୍ରରେ ବ୍ଲକ ସ୍ତରରେ ଆୟୋଜିତ କ୍ୟାମ୍ପ୍‍ରେ ମନ୍ତ୍ରୀମାନେ ମୁଖ୍ୟ ଅତିଥିଭାବେ ଯୋଗଦେଇ କାର୍ଡ ପ୍ରଦାନ କରିବେ । ସେହିଭଳି ଅନ୍ୟ ବ୍ଲକ ଗୁଡିକରେ ବିଧାୟକମାନେ ମୁଖ୍ୟ ଅତିଥି ହୋଇ କାର୍ଡ ବଣ୍ଟନ ଲାଗି କୁହାଯାଇଛି । ପ୍ରତ୍ୟେକ କ୍ୟାମ୍ପ ଆୟୋଜନ ଲାଗି ରାଜ୍ୟ ସରକାର ୨୦ହଜାର ଟଙ୍କା କରି ବ୍ୟବସ୍ଥା କରିଛନ୍ତି ।

ଉଲ୍ଲେଖନୀୟ ରାଜ୍ୟରେ ଘର ପାଇବାକୁ ଥିବା ପ୍ରାୟ ୨୦ଲକ୍ଷ ହିତାଧିକାରୀଙ୍କୁ ପକ୍କାଘର ଯୋଗାଣ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେବାପରେ ବିଭାଗ ପକ୍ଷରୁ ଏ ନେଇ କାର୍ଯ୍ୟ ଆରମ୍ଭ ହୋଇଛି । ସେଥିପାଇଁ ଯୋଗ୍ୟ ହିତାଧିକାରୀମାନଙ୍କୁ ଚିହ୍ନଟ କରି ଯୋଗ୍ୟତା କାର୍ଡ ପ୍ରଦାନ ଲାଗି ସ୍ଥିର ହୋଇଛି ।

ବିଡିଓମାନେ ରାଜ୍ୟ ସରକାରୀ ୱେବସାଇଟ୍‍ରୁ କାର୍ଡ ଗୁଡିକ ଡାଉନ୍‍ଲୋଡ କରିବା ସହିତ ଏଥିରେ ହୋଲୋଗ୍ରାମ ଲଗାଇ ହିତାଧିକାରୀମାନଙ୍କୁ ଦେବାର ବ୍ୟବସ୍ଥା କରିବେ । ଏହି କାର୍ଡ ବିଭାଗ ପକ୍ଷରୁ ଡିଆରଡିଏ ମାଧ୍ୟମରେ ବିଡିଓମାନଙ୍କୁ ପ୍ରଦାନ କରାଯାଇଛି । ହିତାଧିକାରୀମାନେ ଯେଭଳି ସୁରୁଖୁରୁରେ କାର୍ଡ ପାଇବେ ସେଥିପାଇଁ ପଞ୍ଚାୟତ ସ୍ତରରେ ବ୍ୟାପକ ପ୍ରଚାର ପ୍ରସାର ଲାଗି ନିର୍ଦ୍ଦେଶ ଦିଆଯାଇଛି । 



Mayfair Lagoon
SOA


AMRI Hospital Bhubaneswar
M/s S N MOHANTY -->

ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2023