ରାଜ୍ୟର ୩୦ ଜିଲ୍ଲାରୁ ୪୧୮୦ ନୂଆ କରୋନା ରୋଗୀ ଚିହ୍ନଟ  ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୭୧,୩୪୧  ନୂଆ ଚିହ୍ନଟଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୨୪୬୬, ଲୋକାଲ କେସ ୧୭୧୪  ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬୮୮ ନୂଆ ରୋଗୀ ଚିହ୍ନଟ  କଟକରୁ ୪୯୨, ଯାଜପୁରରୁ ୧୮୪, ସୁନ୍ଦରଗଡ଼ ଓ ପୁରୀରୁ ୧୬୬କରି, ମୟୂରଭଞ୍ଜ ୧୬୩, ରାୟଗଡ଼ାରୁ ୧୬୦, ଅନୁଗୁଳରୁ ୧୫୫, ବାଲେଶ୍ୱରରୁ ୧୩୩, ଜଗତସିଂହପୁରୁ ୧୨୩, କେନ୍ଦ୍ରାପଡ଼ାରୁ ୧୨୧, ବରଗଡ଼ରୁ ୧୦୦  

ବୃକ୍ଷରୋପଣ ସଂକ୍ରାନ୍ତରେ ସମୀକ୍ଷା

ବ୍ୟାପକ ବୃକ୍ଷରୋପଣ ମାଧ୍ୟମରେ ସବୁଜ ଘନତା ବଢ଼ାଇବା ପାଇଁ ସରକାରଙ୍କ ତରଫରୁ ପଦକ୍ଷେପ ଆରମ୍ଭ ହୋଇଛି । ଏଥି ନିମନ୍ତେ ଆଜି ଲୋକସେବା ଭବନଠାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ବୃକ୍ଷରୋପଣ ମାଧ୍ୟମରେ ଅଧିକ ନିଯୁକ୍ତି ସୃଷ୍ଟି ଏବଂ ରୋପିତ ଚାରାର ଉପଯୁକ୍ତ ରକ୍ଷଣାବେକ୍ଷଣ ଉପରେ ଗୁରୁତ୍ଵଆରୋପ କରିଥିଲେ । ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ଼ଃ ମୋନା ଶର୍ମା କାର୍ଯ୍ୟ ସମ୍ବନ୍ଧିତ ଆର୍ଥିକ ଓ ପ୍ରଶାସନିକ ବିଷୟ ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ ।

ଚଳିତ ବର୍ଷ ୧,୩୦,୨୬୪ ହେକ୍ଟର ଜମିରେ ଚାରାରୋପଣ କରାଯିବାକୁ ବୈଠକରେ ସ୍ଥିର ହୋଇଥିଲା ଯାହାକି ଗତ ବର୍ଷ ତୁଳନାରେ ଦୁଇ ଗୁଣରୁ ଅଧିକ । ସୁଚନାଯୋଗ୍ୟ, ଗତ ବର୍ଷ ପ୍ରାୟ ୬୮,୩୫୮ ହେକ୍ଟର ଜମିରେ ଚାରା ରୋପଣ ହୋଇଥିଲା ।

ବର୍ତ୍ତମାନ ପର୍ଯ୍ୟନ୍ତ ଜଙ୍ଗଲ ଓ ପରିବେଶ ବିଭାଗ ମାଧ୍ୟମରେ ୫୨୨୨ ନର୍ସରୀ ମାଧ୍ୟମରେ ୧୩.୧୧ କୋଟି ବିଭିନ୍ନ କିସମର ଚାରା ପ୍ରସ୍ତୁତ କରାଯାଇଛି । ବୃକ୍ଷ ରୋପଣ ପାଇଁ ୨୬୬୦ ଟି ସ୍ଥାନରେ ୧.୩୦ ଲକ୍ଷ ହେକ୍ଟର ଜମି ଜିହ୍ନଟ କରାଯାଇଛି ଏବଂ ଏହିସବୁ ସ୍ଥାନର ଭୌଗଳିକ ସ୍ଥିତିର ସୁଚନା ୱେବ୍ ସାଇଟରେ ଅପଲୋଡ୍ ହୋଇଛି ।

ଭୌଗଳିକ ସ୍ଥିତି ଭିତ୍ତିକ ଚିହ୍ନଟକରଣ ମାଧ୍ୟମରେ ବୃକ୍ଷରୋପଣ କାର୍ଯ୍ୟକ୍ରମର ପରିଚାଳନା ଓ ତଦାରଖ କରିବା ପାଇଁ ବୈଠକରେ ସ୍ଥିର ହୋଇଥିଲା । କାର୍ଯ୍ୟକ୍ରମର ସଫଳ କାର୍ଯ୍ୟାନ୍ୱୟନ ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ କମିଟି ଗଠନ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା । ପ୍ରତି ଜିଲ୍ଲା ନତଜ ନିଜର ସବୁଜକରଣ କାର୍ଯ୍ୟଯୋଜନା ପ୍ରସ୍ତୁତ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ତ୍ରିପାଠୀ ନିର୍ଦ୍ଦେଶ ଦେଇଥିଲେ ।

ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ଼ଃ ମୋନା ଶର୍ମା, ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ପ୍ରମୁଖ ଶାସନ ସଚିବ ଦେଓ ରଂଜନ କୁମାର ସିଂ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ସୌରଭ ଗର୍ଗ, ନଗର ଓ ଗୃହ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଜି.ମାଥିଭାଥାନନ୍,ସାମାଜିକ ସୁରକ୍ଷା ଓ ଦିବ୍ୟାଙ୍ଗ ସଶକ୍ତିକରଣ ବିଭାଗ ଶାସନ ସଚିବ ଭାଷ୍କରଜ୍ୟୋତି ଶର୍ମା, ମୁଖ୍ୟ ବନ ସଂରକ୍ଷକ ଅଧିକ୍ଷକ ସନ୍ଦିପ୍ ତ୍ରିପାଠୀଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।  



Mayfair Lagoon
SOA


AMRI Hospital Bhubaneswar
M/s S N MOHANTY -->

ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2020