ରାଜ୍ୟର ୩୦ ଜିଲ୍ଲାରୁ ୪୧୮୦ ନୂଆ କରୋନା ରୋଗୀ ଚିହ୍ନଟ  ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୭୧,୩୪୧  ନୂଆ ଚିହ୍ନଟଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୨୪୬୬, ଲୋକାଲ କେସ ୧୭୧୪  ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬୮୮ ନୂଆ ରୋଗୀ ଚିହ୍ନଟ  କଟକରୁ ୪୯୨, ଯାଜପୁରରୁ ୧୮୪, ସୁନ୍ଦରଗଡ଼ ଓ ପୁରୀରୁ ୧୬୬କରି, ମୟୂରଭଞ୍ଜ ୧୬୩, ରାୟଗଡ଼ାରୁ ୧୬୦, ଅନୁଗୁଳରୁ ୧୫୫, ବାଲେଶ୍ୱରରୁ ୧୩୩, ଜଗତସିଂହପୁରୁ ୧୨୩, କେନ୍ଦ୍ରାପଡ଼ାରୁ ୧୨୧, ବରଗଡ଼ରୁ ୧୦୦  

ନିଜ ଅପରାଧ ପ୍ରଚାର କରିବେ ପ୍ରାର୍ଥୀ


ଭାରତ ନିର୍ବାଚନ କମିଶନଙ୍କ ପରିବର୍ତ୍ତିତ ନିର୍ଦ୍ଦେଶାନୁସାରେ ଓଡ଼ିଶାର ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀ ଓ ରାଜନୈତିକ ଦଳମାନେ ତିନୋଟି ପର୍ଯ୍ୟାୟରେ ପ୍ରାର୍ଥୀଙ୍କର ଅପରାଧପ୍ରବଣ ପୃଷ୍ଠଭୂମି ସଂପର୍କରେ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ଜରିଆରେ ପ୍ରଚାରପ୍ରସାର କରାଇବେ ।

ପ୍ରଥମ ପର୍ଯ୍ୟାୟ ପ୍ରଚାରପ୍ରସାର ପାଇଁ ପ୍ରାର୍ଥୀ ଓ ରାଜନୈତିକ ଦଳମାନେ ନାମାଙ୍କନପତ୍ର ପ୍ରତ୍ୟାହାରର ପ୍ରଥମ ଚାରିଦିନ ମଧ୍ୟରେ କରାଇବେ । ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାରପ୍ରସାର ନାମାଙ୍କନପତ୍ର ପ୍ରାତ୍ୟାହାରର ପଞ୍ଚମରୁ ଅଷ୍ଟମ ଦିନ ମଧ୍ୟରେ ଏବଂ ସେହିପରି ତୃତୀୟ ପର୍ଯ୍ୟାୟ ପ୍ରଚାରପ୍ରସାର ନାମାଙ୍କନପତ୍ର ପ୍ରତ୍ୟାହାରର ନବମ ଦିନଠାରୁ ନିର୍ବାଚନ ପ୍ରଚାରର ଶେଷ ଦିନ ମଧ୍ୟରେ ଅର୍ଥାତ ଭୋଟ ଗ୍ରହଣର ଦୁଇଦିନ ପୂର୍ବରୁ କରାଇବେ ।

ଅପ୍ରତିଦ୍ୱନ୍ଦ୍ୱୀ ପ୍ରାର୍ଥୀମାନଙ୍କ କ୍ଷେତ୍ରରେ ମଧ୍ୟ ଅନୁରୂପ ଭାବେ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ଜରିଆରେ ପ୍ରାର୍ଥୀଙ୍କର ଅପରାଧପ୍ରବଣ ପୃଷ୍ଠଭୂମି ସମ୍ପର୍କରେ ପ୍ରଚାରପ୍ରସାର କରାଇବା ନିମନ୍ତେ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ରହିଛି । 



Mayfair Lagoon
SOA


AMRI Hospital Bhubaneswar
M/s S N MOHANTY -->

ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2020