ରାଜ୍ୟର ୩୦ ଜିଲ୍ଲାରୁ ୪୧୮୦ ନୂଆ କରୋନା ରୋଗୀ ଚିହ୍ନଟ  ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୭୧,୩୪୧  ନୂଆ ଚିହ୍ନଟଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୨୪୬୬, ଲୋକାଲ କେସ ୧୭୧୪  ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬୮୮ ନୂଆ ରୋଗୀ ଚିହ୍ନଟ  କଟକରୁ ୪୯୨, ଯାଜପୁରରୁ ୧୮୪, ସୁନ୍ଦରଗଡ଼ ଓ ପୁରୀରୁ ୧୬୬କରି, ମୟୂରଭଞ୍ଜ ୧୬୩, ରାୟଗଡ଼ାରୁ ୧୬୦, ଅନୁଗୁଳରୁ ୧୫୫, ବାଲେଶ୍ୱରରୁ ୧୩୩, ଜଗତସିଂହପୁରୁ ୧୨୩, କେନ୍ଦ୍ରାପଡ଼ାରୁ ୧୨୧, ବରଗଡ଼ରୁ ୧୦୦  

କରୋନା ରୋଗୀଙ୍କୁ କଟକ-ଭୁବନେଶ୍ୱର ମନା ନାହିଁ

କରୋନା ରୋଗୀମାନଙ୍କୁ କଟକ-ଭୁବନେଶ୍ୱର ସ୍ଥିତ କୋଭିଡ ଡାକ୍ତରଖାନାକୁ ଆସିବାକୁ ସରକାର ବାରଣ କରିନାହାନ୍ତି । ସରକାର ଏହି ଦୁଇ ନଗରୀରେ ସୃଷ୍ଟି କରିଥିବା ଚିକିତ୍ସା ସୁବିଧା ସାରା ରାଜ୍ୟର ଲୋକମାନଙ୍କ ପାଇଁ ଉଦ୍ଦିଷ୍ଟ ବୋଲି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି ।

ସେହିଭଳି ରୋଗୀମାନଙ୍କୁ ଉପଯୁକ୍ତ ଡାକ୍ତରୀ ପରାମର୍ଶ ଓ ଅମ୍ଳଜାନ ଆଦି ସହାୟତା ସହ କଟକ ଓ ଭୁବନେଶ୍ୱରର ରେଫରାଲ ହସ୍ପି୍‍ାଲ ପଠାଇବାପାଇଁ ସରକାରୀ ନିର୍ଦ୍ଦେଶନାମାରେ କୁହାଯାଇଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କହିଛନ୍ତି ।

ଶ୍ରୀ ମହାପାତ୍ର କହିଛନ୍ତି ଯେ ଜଣେ ରୋଗୀ ଯେପରି ସୁରକ୍ଷିତ ଭାବେ ରେଫରାଲ ହସ୍ପିଟାଲରେ ପହଞ୍ଚିପାରିବେ ସେ ବିଷୟରେ ବିଭାଗୀୟ ନିର୍ଦ୍ଦେଶନାମାରେ କୁହାଯାଇଛି । କ୍ରିଟିକାଲ ଚିକିତ୍ସା ବ୍ୟବସ୍ଥାକୁ ଅଧିକ ଶୃଙ୍ଖଳିତ କରିବା ଏହାର ଉଦ୍ଦେଶ୍ୟ । ଆସିଲାବେଳେ ରାସ୍ତାରେ ରୋଗୀଙ୍କର ଯେପରି ଅମ୍ଳଜାନ ଅଭାବ ନହୁଏ, ହାଇପକସିଆ ନହୁଏ ସେସବୁ ବିଷୟରେ ଯତ୍ନବାନ ହେବାପାଇଁ ଜିଲ୍ଲାସ୍ତରରେ କାର୍ଯ୍ୟରତ ଚିକିିତ୍ସକ ଏବଂ ସ୍ୱାସ୍ଥ୍ୟ ଅଧିକାରୀମାନଙ୍କୁ କୁହାଯାଇଛି ।

ଆସିବାବେଳେ ରୋଗୀ ନିଜେ କି କି ସର୍ତକତା ଅବଲମ୍ବନ କରିବା ଦରକାର ତାହା ମଧ୍ୟ ସମ୍ପୃକ୍ତ ଡାକ୍ତର ରୋଗୀଙ୍କୁ ସଠିକ ଭାବେ ବୁଝାଇବେ । ରୋଗୀଙ୍କୁ ଉପଯୁକ୍ତ ପ୍ରାରମ୍ଭିକ ଚିକିତ୍ସା, ପରାମର୍ଶ ଓ ଉପଯୁକ୍ତ ବ୍ୟବସ୍ଥା ସହ ପଠାଇଲେ ରୋଗୀଙ୍କର ଅବସ୍ଥାରେ ବିଶେଷ ଅବନତି ହେବନାହିଁ ଏବଂ ତାଙ୍କ ଜୀବନ ରକ୍ଷା ସମ୍ଭବ ହୋଇପାରିବ ବୋଲି ଶ୍ରୀ ମହାପାତ୍ର ସ୍ପଷ୍ଟ କରିଛନ୍ତି ।
 



Mayfair Lagoon
SOA


AMRI Hospital Bhubaneswar
M/s S N MOHANTY -->

ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2020