କରୋନାରେ ଆଜି ଆଉ ୧୬ ଜଣଙ୍କ ମୃତ୍ୟୁ  ରାଜ୍ୟରେ ମୋଟ୍ କରୋନା ମୃତ୍ୟୁସଂଖ୍ୟା ୧୬୮୭କୁ ବୃଦ୍ଧି  ରାଜ୍ୟରୁ ୭୩୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ  କ୍ୱାରେଣ୍ଟିନରୁ ୪୧୯ ଓ ଲୋକାଲ କେସ ୩୧୧  ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୬,୦୦୧କୁ ବୃଦ୍ଧି  ମୟୂରଭଞ୍ଜ ଜିଲ୍ଲାରେ ସର୍ବାଧିକ ୬୮ ସଂକ୍ରମିତ ଚିହ୍ନଟ  ଖୋର୍ଦ୍ଧାରେ ୬୫, ସୁନ୍ଦରଗଡ଼ରେ ୫୭, ବାଲେଶ୍ୱରରେ ୫୩, କଟକରେ ୪୯ ଆକ୍ରାନ୍ତ ଚିହ୍ନଟ  ରାଜ୍ୟରେ ଆଜି ସୁଦ୍ଧା ୫୬୮୫୮୬୦ କୋଭିଡ ନମୁନା ପରୀକ୍ଷା  ମୋଟ କରୋନା ରୋଗୀଙ୍କ ମଧ୍ୟରୁ ୩୦୭୩୭୪ ସୁସ୍ଥ  

ଧର୍ମଘଟକୁ କଂଗ୍ରେସର ସମର୍ଥନ

ବିଜେପି ସରକାର ଶ୍ରମିକମାନଙ୍କ ସ୍ୱାର୍ଥକୁ ଅଣଦେଖା କରି ସଂସଦରେ ଆଣିଥିବା ଶ୍ରମକୋର୍ଡକୁ ବାତିଲ, କୃଷକ ବିରୋଧି ଆଇନ୍ ଏବଂ ରାଷ୍ଟ୍ରୀୟ ସଂପତିକୁ ଘରୋଇକରଣ କରିବା ବିରୋଧରେ ଆସନ୍ତା ତା ୨୬ତାରିଖ ଦିନ ୬ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ ଯଥାଧର୍ମଘଟ ଡାକରା ଦେଇଛନ୍ତି । ଏହି ଧର୍ମଘଟ ଡାକରାକୁ କଂଗେସ ସମର୍ଥନ ଦେଇଥିବା ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି ।

ଏହି ଧର୍ମଘଟ ଡାକରାକୁ ସଫଳ କରିବା ପାଇଁ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନର ମିଳିତ ମଂଚର ନେତୃବୃନ୍ଦ ରାମଚନ୍ଦ୍ର ଖୁଂଟିଆ, ରାମକୃଷ୍ଣ ପଣ୍ଡା, ବିରେନ୍ଦ୍ର ଦାସ, ମହେନ୍ଦ୍ର ପରିଡା ଓ କିଶୋର ଜେନା ପ୍ରମୁଖ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ପଟ୍ଟନାୟକଙ୍କୁ ଭେଟି ସମର୍ଥନ ଲୋଡିଥିଲେ ।

ପିସିସି ସଭାପତି ଶ୍ରୀ ପଟ୍ଟନାୟକ ସେମାନଙ୍କ ସହିତ ଆଲୋଚନା କରିବା ପରେ ରାଜ୍ୟର ଜନସାଧାରଣଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ଧର୍ମଘଟ ଡାକରାକୁ କଂଗ୍ରେସ ଦଳ ସଂପୂର୍ଣ୍ଣ ସମର୍ଥନ କରିବ ବୋଲି ଘୋଷଣା କରିବା ସହିତ ଏହାକୁ ସଫଳ କରିବା ପାଇଁ ସମସ୍ତ ଜିଲ୍ଲା କଂଗ୍ରେସ କମିଟି ରାଜ୍ୟର ଛାମୁଆ ସଂଗଠନ, ପ୍ରକୋଷ୍ଠ ଓ ବିଭାଗର ସାହାଯ୍ୟ ଓ ସହଯୋଗ କାମନା କରିଛନ୍ତି ।
 



Mayfair Lagoon
SOA


AMRI Hospital Bhubaneswar
M/s S N MOHANTY -->

ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2020